ETV Bharat / city

BJB ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ରିପୋର୍ଟ ପରେ ସରକାର ପଦକ୍ଷେପ ନେବେ କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ - ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା

BJB କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ଘଟଣାରେ ଶୋକ ବ୍ୟକ୍ତ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ପୋଲିସର ତଦନ୍ତ ରିପୋର୍ଟ ହସ୍ତାନ୍ତର ପରେ ସରକାର ଉପଯୁକ୍ତ ପଦକ୍ଷେପ ନେବେ କହିଲେ ମନ୍ତ୍ରୀ । ଅଧିକ ପଢନ୍ତୁ

BJB ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ରିପୋର୍ଟ ପରେ ସରକାର ପଦକ୍ଷେପ ନେବେ କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

author img

By

Published : Jul 3, 2022, 4:08 PM IST

ଭୁବନେଶ୍ବର: BJB କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ଘଟଣାରେ ଶୋକ ବ୍ୟକ୍ତ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମନ୍ତ୍ରୀ । ଏଥିସହ ମାମଲାରେ ପୋଲିସର ତଦନ୍ତ ରିପୋର୍ଟ ହସ୍ତାନ୍ତର ହେବା ପରେ ସରକାର ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ କହିଛନ୍ତି ।

  • ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତି ଯେକି କାରୁବାକୀ ଛାତ୍ରୀନିବାସରେ ରହୁଥିଲେ।ତାକଂ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ଦୁଖିତ ଓ ମର୍ମାହତ।ତାକଂ ଶୋକସନ୍ତପ୍ତ ପରିବାର କୁ ମୋର ସମବେଦନା ଜଣାଉଛି।ଏହା ଏକ ସମ୍ବେଦନଶୀଳ ଘଟଣା।ଏହାର ପୋଲିସ୍ ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ।

    — Rohit Pujari (@rohitpujaribjd) July 3, 2022 " class="align-text-top noRightClick twitterSection" data=" ">

ମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, 'ବିଜେବି ମହାବିଦ୍ୟାଳୟ କାରୁବାକୀ ଛାତ୍ରୀନିବାସରେ ରହୁଥିବା ଯୁକ୍ତ ୩ କଳା ଛାତ୍ରୀ ରୁଚିକା ମହାନ୍ତିଙ୍କ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କ ଶୋକସନ୍ତପ୍ତ ପରିବାରକୁ ମୋର ସମବେଦନା ଜଣାଉଛି । ଏହା ଏକ ସମ୍ବେଦନଶୀଳ ଘଟଣା । ଏହାର ପୋଲିସ୍ ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ।'

ସୂଚନା ଅନୁଯାୟୀ, ଗତକାଲି(ଶୁକ୍ରବାର) ହଷ୍ଟେଲ ରୁମରୁ ରୁଚିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତ୍ୟୁକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହି ଥିବାବେଳେ ପୋଲିସର ହସ୍ତଗତ ହୋଇଥିଲା ଏକ ସୁଇସାଇଡ ନୋଟ୍ । ସେ ସିନିୟରଙ୍କ ରାଗିଂ ସହିନପାରି ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଥିଲେ । ପୋଲିସ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି ତଦନ୍ତ ଆରମ୍ଭ କରିଛି । ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ପୋଲିସର ତଦନ୍ତ ପରେ ପ୍ରକୃତ ସତ୍ୟ ପଦାକୁ ଆସିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.