ETV Bharat / city

Steel Plant In Kendrapara: କେନ୍ଦ୍ରାପଡାରେ ହେବ ଦେଶର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ, ବାର୍ଷିକ ଉତ୍ପାଦନ କ୍ଷମତା ୨୪ ମିଲିୟନ ଟନ୍

author img

By

Published : Dec 17, 2021, 8:06 PM IST

କେନ୍ଦ୍ରାପଡାରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ ଷ୍ଟିଲ୍ ପ୍ଲାଣ୍ଟ । କେନ୍ଦ୍ରାପଡାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲର ବଡ ପୁଞ୍ଜିନିବେଶ । ବାର୍ଷିକ ୨୪ ମିଲିୟନ ଟନ୍ ଉତ୍ପାଦନ କ୍ଷମତା ରହିବ । ଅଧିକ ପଢନ୍ତୁ

କେନ୍ଦ୍ରାପଡାରେ ହେବ ଦେଶର ସର୍ବବୃହତ ଷ୍ଟିଲପ୍ଲାଣ୍ଟ

ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ । ଆର୍ସେଲର ମିତ୍ତଲ ନିପନ ଷ୍ଟିଲ (ArcelorMittal Nippon Steel) ଦ୍ବାରା ପ୍ରସ୍ତାବିତ ସମନ୍ବିତ ଷ୍ଟିଲ ପ୍ଲାଣ୍ଟକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ବୈଠକରେ ଏହି ମଞ୍ଜୁରୀ ମିଳିଛି । ୧ ଲକ୍ଷ 2 ହଜାର ୨୭୫ କୋଟି ଟଙ୍କା ପୁଞ୍ଜି ନିବେଶ ଦ୍ବାରା ବାର୍ଷିକ ୨୪ ମେଟ୍ରିକ ଟନ (24 MTPA integrated Steel Plant in Kendrapara ) ଉତ୍ପାଦନ କ୍ଷମତା ରଖୁଥିବା ଏହି ପ୍ଲାଣ୍ଟ ପ୍ରତିଷ୍ଠା ହେବ । ଏହି ପ୍ଲାଣ୍ଟରେ ୧୬ ହଜାରରୁ ଉର୍ଦ୍ଧ୍ବ ପ୍ରତ୍ୟକ୍ଷ ତଥା ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ ।

ଏହା ପ୍ରତିଷ୍ଠା ପରେ ଏହି ବୃହତ ପ୍ରକଳ୍ପଟି ସମଗ୍ର ଦେଶରେ ସର୍ବବୃହତ ଇସ୍ପାତ କାରଖାନାର ମାନ୍ୟତା ହାସଲ କରିବ । କେନ୍ଦ୍ରାପଡାର ନିଜ ଉତ୍ପାଦନ କ୍ଷେତ୍ରରେ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୋଗ କରି ପରିବେଶ ଅନୁକୂଳ ଓ ବହୁବିଧ ବିଶେଷତା ସମ୍ପନ୍ନ ଇସ୍ପାତ ଉତ୍ପାଦନ କରିବ । ଏହା ସହ ଏହି ପ୍ଲାଣ୍ଟ ବାର୍ଷିକ ୧୮.୭୫ ମେଟ୍ରିକ ଟନ ସିମେଣ୍ଟ ଉତ୍ପାଦନ କରିବାର କ୍ଷମତା ପ୍ରାପ୍ତ ହେବ । ଏହି କାରଖାନାକୁ ଦେଶର ଅନ୍ୟତମ ସର୍ବବୃହତ ସିମେଣ୍ଟ କାରଖାନାରେ ପରିଣତ ହେବାର ଗୌରବ ପ୍ରଦାନ କରିବ । ଯାହା ଅଞ୍ଚଳର ଭିତ୍ତିଭୂମିର ବିକାଶକୁ ତ୍ବରାନ୍ବିତ କରିବାରେ ସହାୟକ ହେବ । ଇସ୍ପାତ କମ୍ପ୍ଲେକ୍ସ ସହିତ କମ୍ପାନୀ ଅନୁପ୍ରବାହ ପ୍ରକଳ୍ପ ପାର୍କ ପ୍ରକଳ୍ପ ପ୍ରତିଷ୍ଠା କରି କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗକୁ ମଧ୍ୟ ପ୍ରୋତ୍ସାହନ ପ୍ରଦାନ କରିବ । କେନ୍ଦ୍ରାପଡାର ଏହି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ବିକଶିତ ଭିତ୍ତିଭୂମି ସୁବିଧା ଗମନାଗମନ ସହ ଅଞ୍ଚଳର ସାମଗ୍ରିକ ବିକାଶରେ ବେଶ ସହାୟକ ହେବ ।

ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହି କାରଖାନାରେ ଉତ୍ପାଦିତ ହେବାକୁ ଥିବା ଇସ୍ପାତ ବିଶ୍ବ ମାନଚିତ୍ରରେ କେନ୍ଦ୍ରାପଡା ଓ ଓଡିଶାର ସ୍ଥାନକୁ ସ୍ବତନ୍ତ୍ର କରି ପାରିବ । ଅନେକ ଆନ୍ତର୍ଜାତୀୟ ଉପକରଣ ଉତ୍ପାଦନକାରୀ ଏହି ବୃହତ ପ୍ରକଳ୍ପର ଅଂଶୀଦାର ହେବାକୁ ଥିବାରୁ ଏହା ରାଜ୍ୟରେ ଆହୁରି ଅନେକ ନିଯୁକ୍ତିର ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ । ଏହି ପ୍ରକଳ୍ପ ସହିତ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ସମଗ୍ର ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ କାର୍ଯ୍ୟ କରିବ ।

ଏହି ବୃହତ ପ୍ରକଳ୍ପ ବିଭିନ୍ନ ପର୍ଯ୍ୟାୟରେ ୭ ବର୍ଷରେ ସମ୍ପୂର୍ଣ୍ଣ ହେବ । ଏହି ବୃହତ ପୁଞ୍ଜି ବିନିଯୋଗ ସହିତ ଓଡିଶା ବିଗତ ୧୨ ମାସ ମଧ୍ୟରେ ୨.୭୦ କୋଟି ଟଙ୍କା ମୂଲ୍ୟର ପୁଞ୍ଜି ନିବେଶ ପ୍ରାପ୍ତ ହେବ । ଏହା ସହିତ ଅନ୍ୟୁନ ୭୭ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁନିଶ୍ଚିତ କରିବାର ଉପଲବ୍ଧି ହାସଲ କରିଛି । ଓଡିଶା ସମଗ୍ର ଦେଶରେ ସର୍ବବୃହତ ଇସ୍ପାତ ଉତ୍ପାଦନକାରୀ ରାଜ୍ୟ ହିସାବରେ ଗୌରବ ମଣ୍ଡନ କରୁଛି । ଏହି ପରି ବୃହତ ପ୍ରକଳ୍ପର ପ୍ରତିଷ୍ଠା ଦ୍ବାରା ୨୦୩୦ ସୁଦ୍ଧା ରାଜ୍ୟ ବାର୍ଷିକ ୧୦୦ ମେଟ୍ରିକ ଟନ ଇସ୍ପାତ ଉତ୍ପାଦନ କରିବାର କ୍ଷମତା ହାସଲ କରି ପାରିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.