ETV Bharat / city

ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଏୟାରପୋର୍ଟରେ ଭବ୍ୟ ସମ୍ୱର୍ଦ୍ଧନା - 2 ଦିନିଆ ଓଡିଶା ଗସ୍ତରେ ଅମିତ ଶାହ

ସ୍ବତନ୍ତ୍ର ବିମାନ ଯୋଗେ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏୟାରପୋର୍ଟରେ ତାଙ୍କୁ ସମ୍ୱର୍ଦ୍ଧନା ଦିଆଯାଇଛି । ଅଧିକ ପଢନ୍ତୁ

Home Minister Amit Shah visit odisha
ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ
author img

By

Published : Aug 8, 2022, 6:42 AM IST

Updated : Aug 8, 2022, 7:34 AM IST

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ଶାହ । ସ୍ବତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ ନେତା ଓ କର୍ମୀ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା କରି ପାଛୋଟି ନେଇଥିଲେ । ଏହାପରେ ରାତ୍ରୀଯାପନ ପାଇଁ କଡା ସୁରକ୍ଷାବଳରେ ତାଙ୍କୁ ମେ ଫେୟାର ହୋଟେଲ ନିଆଯାଇଥିଲା । ଶାହଙ୍କ ଏହି ଗସ୍ତରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ଆଜି ପ୍ରଥମେ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ କଟକ ଅଭିମୁଖେ ବାହାରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ।

ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ତାଙ୍କ ସାଥୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିଛନ୍ତି । ବିମାନବନ୍ଦର ପରିସରରେ ଅମିତ ଶାହଙ୍କୁ ବିଜେପିର ବରିଷ୍ଠ ନେତା, କାର୍ଯ୍ୟକର୍ତ୍ତା ଏବଂ ଜନସାଧାରଣ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ଶାହଙ୍କ ଆଗମନରେ ଭୁବନେଶ୍ବର ବିମାନବନ୍ଦର ଉତ୍ସବ ମୁଖର ହୋଇ ଉଠିଥିଲା । ଦଳୀୟ କାର୍ଯ୍ୟକର୍ତ୍ତା ଓ ହଜାର ହଜାର ଜନସାଧାରଣ, ପ୍ରଶଂସକମାନେ ହାତରେ ତ୍ରିରଙ୍ଗା ଧରିବା ସହ, ପାରମ୍ପରିକ ପୋଷାକ, ଲୋକକଳା, ଗୀତ ନୃତ୍ୟ ସହ ବାଦ୍ୟ ଯନ୍ତ୍ର ବଜାଇ ଅମିତ ଶାହଙ୍କୁ ସମ୍ୱର୍ଦ୍ଧନା ଜଣାଯାଇଥିଲା । ଅମିତ ଶାହ ସମସ୍ତଙ୍କ ଅଭିବାଦନ ଗ୍ରହଣ କରିଥିଲେ । ଏହା ପରେ କଡା ସୁରକ୍ଷାବଳରେ ଭୁବନେଶ୍ବରର ଏକ ଘରୋଇ ହୋଟେଲକୁ ରାତ୍ରୀଯାପନ ପାଇଁ ନିଆଯାଇଥିଲା ।

ଆଜି (ସୋମବାର) ଶ୍ରାବଣ ମାସର ଶେଷ ସୋମବାର । ପ୍ରଥମେ ଲିଙ୍ଗରାଜ ମନ୍ଦିରକୁ ଯାଇ ଦର୍ଶନ କରିବେ ଶାହ । ପରେ କଟକ ଗସ୍ତ କରି ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । କଟକ ଇନଡ଼ୋର୍ ଷ୍ଟାଡ଼ିୟମରେ ପ୍ରଜାତନ୍ତ୍ରର 75ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଅପରାହ୍ନରେ ଭୁବନେଶ୍ବର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବେ । ଦଳୀୟ କାର୍ଯ୍ୟାଳୟରୁ ''ହର ଘର ତ୍ରିରଙ୍ଗା'' କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ପରବର୍ତ୍ତୀ ପର୍ଯ୍ୟାୟରେ ଭୁବନେଶ୍ବର ମେ ଫେୟାର ଠାରେ “ମୋଦି @2.0: ଡ୍ରିମ୍ସ ମିଟ୍ ଡେଲିଭରି” ପୁସ୍ତକର ପଠନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ନୂଆଦିଲ୍ଲୀକୁ ପ୍ରତ୍ୟାବର୍ତ୍ତନ କରିବେ । ଏହି ସମସ୍ତ କାର୍ଯ୍ୟକ୍ରମରେ ଅମିତ ଶାହଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିବେ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 8, 2022, 7:34 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.