ETV Bharat / city

କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ସରକାର - ରାଜ୍ୟ ବିପର୍ଯ୍ୟୟ ଘୋଷଣା

ମୁଖ୍ୟମନ୍ତ୍ରୀ କୋରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା ମଧ୍ୟ କରାଯାଇଛି । ଅଧିକ ପଢନ୍ତୁ..

imd-declares-corona-as-disaster
imd-declares-corona-as-disaster
author img

By

Published : Mar 14, 2020, 4:41 AM IST

ଭୁବନେଶ୍ବର: କୋରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ କୋରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା ମଧ୍ୟ କରାଯାଇଛି ।

imd-declares-corona-as-disaster
କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ସରକାର

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କୋରୋନାର ମୁକାବିଲା ପାଇଁ ଏହି ପାଣ୍ଠି ବିନିଯୋଗ ହେବ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଆବଶ୍ୟକ ସ୍ଥଳେ ପରୀକ୍ଷା ଠିକଣା ସ୍ଥାନରେ ପରିଚାଲିତ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ସେହିପରି ବିବାହ, ବ୍ରତ ଓ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି । ସ୍ଥାନୀୟ ପ୍ରଶାସନ ଏହାକୁ ତଦାରଖ କରିବେ । ରାଜ୍ୟ ସରକାର ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିବା ସହିତ ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.