ETV Bharat / city

Weather Update: 4ରେ ଲଘୁଚାପ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା - ରାଜ୍ୟରେ ଲଘୁଚାପ ସୃଷ୍ଟି

ଆସନ୍ତା 4 ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଅଧିକ ପଢ଼ନ୍ତୁ

heavy rainfall update by bhubaneswar meteorological centre
4ରେ ଲଘୁଚାପ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
author img

By

Published : Jul 2, 2022, 11:22 AM IST

ଭୁବନେଶ୍ବର: ଆସନ୍ତା 4 ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ (ଶନିବାର) ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି ।

  • ୪ ଜୁଲାଇ ବେଳକୁ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସମ୍ଭାବନା ପ୍ରଭାବରେ

    ୪ ତାରିଖରେ #ଯାଜପୁର, #ଭଦ୍ରକ, #ଢେଙ୍କାନାଳ ,କେନ୍ଦୁଝର ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ #ଅତିପ୍ରବଳ ବର୍ଷା (୧୧ ରୁ ୨୦ ସେମି)
    ଏବଂ

    — Meteorological Centre, Bhubaneswar (@mcbbsr) July 2, 2022 " class="align-text-top noRightClick twitterSection" data=" ">

ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୋଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ 4ରୁ 5 ତାରିଖରେ ଲଘୁଚାପ ସୃଷ୍ଟି ହେବ। ତେଣୁ ଏହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶାର ବରଗଡ଼, ସମ୍ବଲପୁର, ବୌଦ୍ଧ, ସୋନପୁର, କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ନୟାଗଡ଼ ଏବଂ ଦେବଗଡ଼ ଜିଲ୍ଲାରେ ଝିପିଝିପି ବର୍ଷା ଲାଗି ରହିଛି।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.