ETV Bharat / city

ଅବପାତ ରୂପ ନେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା

author img

By

Published : Aug 14, 2022, 11:10 AM IST

Updated : Aug 14, 2022, 2:32 PM IST

ଆଜି ଘନୀଭୂତ ହୋଇ ଅବପାତର ରୂପ ନେଲା ଲଘୁଚାପ । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଅଧିକ ପଢନ୍ତୁ

ଅବପାତ ରୂପ ନେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା
ଅବପାତ ରୂପ ନେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର: ସୁଦୃଶ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି । ଏହାର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ଭୁବନେଶ୍ଵର କଟକରେ ଦିନ ତମାମ ମେଘୁଆ ପାଗ ରହିବ । ପ୍ରବଳ ବର୍ଷା ଆଶଙ୍କା ନେଇ ଆଜି ପାଣିପାଗ ବିଭାଗ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାମଧ୍ୟ ପଢନ୍ତୁ: Minor Flood Anticipated: ମହାନଦୀରେ ଆସୁଛି ବନ୍ୟା, ମୁକାବିଲା ପାଇଁ କେତେ ପ୍ରସ୍ତୁତ ସରକାର ?

ଜଗତସିଂପୁର ଜିଲ୍ଲାର ପ୍ରାୟ ସମସ୍ତ ସ୍ଥାନରେ ୧୦୦ ମିମି ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏରସମା ଠାରେ ସର୍ବାଧିକ ବର୍ଷା ୨୧୫ ମିମି ରେକର୍ଡ ହୋଇଛି । ସୁନ୍ଦଗଡ଼ ହେମଗିରି ଠାରେ ୨୧୦.୪ ମିମି, ପୁରୀ ଅସ୍ତରଙ୍ଗ ଠାରେ ୧୬୮ମିମି ଓ ପୁରୀ ସହରରେ ୯୪ ମିମି ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୧୪୬ , ହୀରାକୁଦ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରିରେ ୧୦୪ ମିମି ବର୍ଷା ରେକର୍ଡ ହୋଇଛି।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 14, 2022, 2:32 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.