ETV Bharat / city

ଘର ଘର ବୁଲି କୋଭିଡ୍ ଲକ୍ଷଣ ସର୍ଭେ, କୋରୋନା ମୃତକ ପରିବାରଙ୍କୁ ମିଳିବ ପେନସନ୍ - ମଧୁବାବୁ ପେନ୍‌ସନ୍‌ ଯୋଜନା

୨୪ ମେ'ରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ଗାଁରେ ସ୍ଥିତିକୁ ଦେଖି ଲକଡାଉନ ନିଷ୍ପତ୍ତି ନେଇପାରିବେ ସରପଞ୍ଚ । ଅଧିକ ପଢନ୍ତୁ...

ସର୍ବଦଳୀୟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଅନାଥ ଶିଶୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ

author img

By

Published : May 17, 2021, 8:31 PM IST

Updated : May 17, 2021, 11:11 PM IST

ଭୁବନେଶ୍ୱର: କୋରୋନା ମୁକାବିଲା ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ରାଜ୍ୟରେ କୋଭିଡର ମୁକାବିଲା ପାଇଁ ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । କୋଭିଡରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ କିମ୍ବା ବାପା ଓ ମା’ଙ୍କୁ ହରାଇଥିବା ଶିଶୁଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ । ଏହାସହ ପିଲାଙ୍କୁ ମାଗଣା ଶିକ୍ଷାର ବ୍ୟବସ୍ଥା କରାଯିବ । ଆସନ୍ତା ମେ’ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ଏଏନଏମ (ANM) ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଆସନ୍ତା 24ରୁ ଘର ଘର ବୁଲି କୋଭିଡ୍ ଲକ୍ଷଣ ସର୍ଭେ, କୋରୋନା ମୃତକ ପରିବାରଙ୍କୁ ମିଳିବ ମଧୁବାବୁ ପେନସନ୍
ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ସେହିପରି ଗୃହ ସଙ୍ଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ।

କାର୍ଯ୍ୟକ୍ଷମ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର
ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗାଁରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର (TMC) ଖୋଲିବ । ଏହାକୁ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅନ୍ୟ ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ( TMC) ଆରମ୍ଭ କରି ସାରିଛନ୍ତି ।

ଗତ ଏକ ବର୍ଷରୁ ଅଧିକ ସମୟ ହେଲା ଦେଶ କୋରୋନା ସହ ଲଢୁଛି । କୋରୋନାର ଦ୍ୱିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରି ଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି(ସୋମବାର) ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ।

ଗତ ଏକ ମାସରୁ ଉର୍ଦ୍ଧ୍ୱ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । କୋଭିଡ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ ସରକାର କାର୍ଯ୍ୟ ଜାରି ରଖିଛନ୍ତି । ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚପ୍ରଶଂସା କରିଛନ୍ତି । ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷ୍ଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି ବୋଲି କହିଛନ୍ତି ମୁଖ୍ୟମୁନ୍ତ୍ରୀ ।

ବୃଦ୍ଧି ହୋଇଛି ICU ଶଯ୍ୟା
ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ICU-HDU ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକ୍‌ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି । ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, ରିଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି ।

ରାଜ୍ୟରେ ଚାହିଦା ପୂରଣ ସହିତ ଆଜି ଓଡ଼ିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡ଼ିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା । ରାଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ ବିଷୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଯୋଗାଇ ଦିଆଉଛି ମାଗଣା ଚିକିତ୍ସା ସୁବିଧା
ଏହି ଲଢ଼େଇରେ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି । ୭୮୬ ଡାକ୍ତର ଓ ୫ ହଜାର ୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଉଛି । ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି । ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି । ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ।

କୋଭିଡ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ । କୋରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରାଯାଇଛି । କୋରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନଏମ୍ (ANM), ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ।

ସଚେତନ ରହିବାକୁ ଅପିଲ
ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେଇଛନ୍ତି । ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯେହେତୁ ବିଧାୟକ ମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି । ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ମାନଙ୍କୁ କୋଭିଡ଼ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ । ବୈଠକରେ ଵିଧାୟକ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ଦେଇ ଥିଲେ ।

ଭୁବନେଶ୍ୱରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : May 17, 2021, 11:11 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.