ETV Bharat / city

ମାଓ ଦମନ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି, ଦାବି ଉପସ୍ଥାପନ କରିବେ ନବୀନ

author img

By

Published : Sep 26, 2021, 12:30 PM IST

ମାଓ ଦମନ ନେଇ ଆଜି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ବୈଠକରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ମାଓ ଦମନ ନେଇ ଗୃହ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି; ଦାବି ଉପସ୍ଥାପନ କରିବେ ନବୀନ

ଭୁବନେଶ୍ବର: ମାଓ ଦମନ ନେଇ ଆଜି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରାଳୟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି । ବୈଠକରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଓ ମୁକାବିଲା କ୍ଷେତ୍ରରେ କେନ୍ଦ୍ରୀୟ ଅଂଶଧନ ଓ ବକେୟା ଅର୍ଥ ପ୍ରଦାନ ଲାଗି ଦୃଷ୍ଟି ଆକର୍ଷଣ କରିପାରନ୍ତି ନବୀନ ।

ରାଜ୍ୟର 5ଟି ଜିଲ୍ଲାରେ ମାଓ ହିଂସା ହ୍ରାସ ହୋଇଛି । ମାଓ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ସେ ବିଷୟରେ କେନ୍ଦ୍ରକୁ ଅବଗତ କରାଇବେ ନବୀନ । ଏହାସହ କେନ୍ଦ୍ରୀୟ ବକେୟା ଅର୍ଥ ଦେବା ପାଇଁ ଦାବି କରିବେ । ପାଖପାଖି 2900 କୋଟି ଟଙ୍କା କେନ୍ଦ୍ର ପାଖରେ ରହିଛି । ଏହି ବକେୟା ଟଙ୍କା ପ୍ରଦାନ ପାଇଁ ଦାବି କରିବେ ମୁଖ୍ୟମନ୍ତ୍ରୀ । ଏହା ସହ କେନ୍ଦ୍ରୀୟ ଅଂଶଧନ ବାବଦରେ ବକେୟା ରହିଥିବା ଅର୍ଥକୁ ଦେବା ପାଇଁ ମଧ୍ୟ ଦାବି କରିବେ ନବୀନ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.