ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେଲା Construction of in-stream Storage Structure ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ଜରିଆରେ ଏହାକୁ ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟର ତିରିଶଟି ସ୍ଥାନରେ ନିର୍ମାଣ ହେବ in-stream Storage Structure ପ୍ରକଳ୍ପ । ଏ ବାବଦରେ ରାଜ୍ୟ ସରକାର ଖର୍ଚ୍ଚ କରିବେ 11700 କୋଟି ଟଙ୍କା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ରାଜ୍ୟରେ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ Construction of in-stream Storage Structure ଯୋଜନା ଆରମ୍ଭ କରିଛନ୍ତି । ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ଟି ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ । ଯାହାଫଳରେ ଚାଷୀ ଜମିକୁ ସବୁ ଦିନ ପାଇଁ ପାଣି ପାଇପାରିବ । ଭୂତ୍ତଳ ଜଳସ୍ତର ଠିକ୍ ରହିବ । ଆଖପାଖ ଗାଁ ମାନଙ୍କରେ ବିଶୁଦ୍ଧ ପାଇପ ପାଣି ଯୋଗାଣ ହୋଇପାରିବ ।
ଆଜି ସୁନ୍ଦରଗଡରେ ଆରମ୍ଭ ହୋଇଥିବା ଦୁଇଟି ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ । ସୁନ୍ଦରଗଡ ସଦର ବ୍ଲକରେ ଇବ୍ ନଦୀ ଉପରେ କୋପସିଂଗା ଓ କୁଡାବଙ୍ଗାରେ ନିର୍ମାଣ ହେବ ବ୍ୟାରେଜ । ଏହି ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ ହୋଇଛି । ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ ଏହି ବ୍ୟାରେଜ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ