ଭୁବନେଶ୍ବର: ଶୁକ୍ରବାର ତ୍ରିନିଦାଦରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଅରୁଣ କୁମାର ସାହୁ, ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କର ଏହି ସାକ୍ଷାତ ସମୟରେ ତ୍ରିନିଦାଦ୍ରେ ରହୁଥିବା ଭାରତୀୟ ମାନଙ୍କ ସାମାଜିକ, ଅର୍ଥନୈତିକ ତଥା ସାଂସ୍କୃତିକ ଜୀବନଶୈଳୀ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ ।
ଏଥିସହିତ ତାଙ୍କର ଜନ୍ମସ୍ଥାନ ଦେବଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଦିଗରେ କି ପ୍ରକାର ପଦକ୍ଷେପ ସବୁ ନିଆଯାଇପାରେ ତାହା ସେ ଆଲୋଚନା କରିଥିଲେ । ତେବେ ଏହି ସାକ୍ଷାତ କେବଳ ସୌଜନ୍ୟମୂଳକ ଥିଲା ।
ଇଟିଭି ଭାରତ, ଭୁବନେଶ୍ବର