ଭୁବନେଶ୍ବର: କୋଭିଡ ସଂକ୍ରମଣରେ ସଂକ୍ରମିତ ହେଲେ ସୂଚନା ଓ ଲୋକ ସମ୍ପର୍କ ଏବଂ ଜଳ ସମ୍ପଦ ମନ୍ତ୍ରୀ ରଘୁ ନନ୍ଦନ ଦାସ । ଏହାକୁ ନେଇ ସେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଏହା ପୂର୍ବରୁ ମଧ୍ୟ ଅନେକ ବିଜେଡି ନେତା ଓ ମନ୍ତ୍ରୀ କୋଭିଡ ସଂକ୍ରମିତ ହୋଇ ସାରିଛନ୍ତି ।
-
ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି l
— RaghunandanDas (@RaghunandanDas6) January 9, 2022 " class="align-text-top noRightClick twitterSection" data="
">ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି l
— RaghunandanDas (@RaghunandanDas6) January 9, 2022ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି l
— RaghunandanDas (@RaghunandanDas6) January 9, 2022
ମନ୍ତ୍ରୀ ରଘୁ ନନ୍ଦନ ଦାସ ଟ୍ବଟ୍ କରି କହିଛନ୍ତି ଯେ, "ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି । ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରୁହନ୍ତୁ । ତା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି ।"
କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ସଞ୍ଜୀବ ମଲ୍ଲିକ ମଧ୍ୟ କୋଭିଡ ପଜିଟିଭି ଚିହ୍ନଟ ହୋଇଥିଲେ । ଏହାକୁ ନେଇ ସେମାନେ ଟ୍ବିଟ୍ କରି ସୂଚନା ଦେଇଥିଲେ । ତା ସହିତ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷଙ୍କୁ କୋଭିଡ ପରୀକ୍ଷା କରାଇବାକୁ ଅନୁରୋଧ କରିଥିଲେ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ