ଭୁବନେଶ୍ବର: ଆଜି (ଶନିବାର) ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଟ୍ବିଟ ମୃତ ସାମ୍ବାଦିକଙ୍କ ଆତ୍ମାର ସଦଗତି କରିବା ସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ସେହିପରି ଏପରି କାଣ୍ଡ ଭିଆଇଥିବା ମାଓବାଦୀଙ୍କ ପ୍ରତି ମଧ୍ୟ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ନବୀନ ଟ୍ବିଟ କରିଛନ୍ତି ।
-
ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।
— Naveen Patnaik (@Naveen_Odisha) February 5, 2022 " class="align-text-top noRightClick twitterSection" data="
">ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।
— Naveen Patnaik (@Naveen_Odisha) February 5, 2022ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।
— Naveen Patnaik (@Naveen_Odisha) February 5, 2022
ନବୀନ ଟ୍ବିଟ କରି କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ନବୀନଙ୍କ ଏପରି ଟ୍ବିଟ ପରେ ପୋଲିକ ଖୁବଶୀଘ୍ର ସେଠାରେ ଏକ ବଡ ଧରଣର ମାଓ ବିରୋଧୀ ଅପରେସନ ଆରମ୍ଭ କରିପାରେ ବୋଲି ସୂଚନା ମିଳିଛି ।
-
କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଅଞ୍ଚଳରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
— Dharmendra Pradhan (@dpradhanbjp) February 5, 2022 " class="align-text-top noRightClick twitterSection" data="
">କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଅଞ୍ଚଳରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
— Dharmendra Pradhan (@dpradhanbjp) February 5, 2022କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଅଞ୍ଚଳରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
— Dharmendra Pradhan (@dpradhanbjp) February 5, 2022
ସେହିପରି ଘଟଣାରେ ଶୋକ ପ୍ରକାଶ କରିବା ସହ ମାଓବାଦୀଙ୍କ ଏପରି ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର କହିଛନ୍ତି ମାଓବାଦୀଙ୍କ ଏହି ହିଂସାତ୍ମକ, ଗଣତନ୍ତ୍ର ବିରୋଧୀ ଶକ୍ତି କେବେ ସଫଳ ହେବେ ନାହିଁ ।
ଘଟଣା ଅନୁସାରେ, ଆଜି ତ୍ରିସ୍ତରୀୟ ପଞ୍ଚାୟତ ଭୋଟ ବର୍ଜନ ସହ ବିଭିନ୍ନ ଦାବି ରଖି ପୋଷ୍ଟର ଲଗାଇଥିଲେ ମାଓବାଦୀ । ଏହି ସମୟରେ ଖବର ସଂଗ୍ରହ ପାଇଁ ଯାଇଥିବା ରାଜ୍ୟର ଏକ ପ୍ରମୁଖ ଖବର କାଗଜ ପ୍ରତିନିଧି ରୋହିତ ବିଶ୍ବାଳ ପ୍ରାଣ ହରାଇଥିଲେ । ପରିବାରକୁ 13 ଲକ୍ଷର ସହାୟତା ରାଶି ଘୋଷଣା କରାଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ