ETV Bharat / city

ରାଜ୍ୟରେ ସାର ଅଭାବ, କେନ୍ଦ୍ରକୁ ଅଧିକ ସହୟତା ମାଗିଲେ ମନ୍ତ୍ରୀ

author img

By

Published : Aug 18, 2020, 4:27 PM IST

ଖରିଫ ଚାଷ ନିମନ୍ତେ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଅଧିକ ପଢନ୍ତୁ...

ରାଜ୍ୟରେ ସାର ଅଭାବ, କେନ୍ଦ୍ରକୁ ଅଧିକ ସହୟତା ମାଗିଲେ ମନ୍ତ୍ରୀ
ରାଜ୍ୟରେ ସାର ଅଭାବ, କେନ୍ଦ୍ରକୁ ଅଧିକ ସହୟତା ମାଗିଲେ ମନ୍ତ୍ରୀ

ଭୁବନେଶ୍ବର: ଚଳିତ ଖରିଫ ଚାଷ ନିମନ୍ତେ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରାଜ୍ୟ ରସାୟନ ଓ ସାର ମନ୍ତ୍ରୀ ମନସୁଖଭାଇ ମାଣ୍ଡଭିୟ ଭିଡିଓ କନଫରେନସିଂ ଯୋଗେ ରାଜ୍ୟ କୃଷି ମନ୍ତ୍ରୀମାନଙ୍କର ବୈଠକରେ ସାର ଯୋଗାଣର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ଏଥିରେ ମନ୍ତ୍ରୀ ଡଃ ସାହୁ ଯୋଗଦେଇ ଅଗଷ୍ଟ ମାସରେ ବାକି ୟୁରିଆ ସାର ତୁରନ୍ତ ଯୋଗାଇ ଦେବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଜୁଲାଇ ଦ୍ୱିତୀୟ ସପ୍ତାହଠାରୁ ସେପେଫମ୍ବର ଶେଷ ପର୍ଯ୍ୟନ୍ତ ୟୁରିଆ ସାରର ସର୍ବୋଚ୍ଚ ଚାହିଦା ରହିଥାଏ । ଖରିଫ‌ ଚାଷର ୬୦ ପ୍ରତିଶତ ୟୁରିଆ ଏହି ସମୟରେ ବ୍ୟବହାର ହୋଇଥାଏ ।

ଭାରତର ପୂର୍ବାଞ୍ଚଳରେ କୌଣସି ୟୁରିଆ ଉତ୍ପାଦନ କାରଖାନା ନାହିଁ । ତେଣୁ ଓଡ଼ିଶାକୁ ଉତ୍ତରାଞ୍ଚଳ ଏବଂ ପଶ୍ଚିମାଞ୍ଚଳର କାରଖାନାରୁ ୟୁରିଆ ନିମନ୍ତେ ନିର୍ଭର କରିବାକୁ ପଡ଼ିଥାଏ । ୨୦୨୦ ଜୁନ‌ ମାସରେ ରାଜ୍ୟର ୟୁରିଆ ସାର ଚାହିଦା ୭୦ ହଜାର ମେଟ୍ରିକ‌ ଟନ‌ ଥିବାବେଳେ ୫୬ ହଜାର ୨୨୮ ମେଟ୍ରିକ‌ ଟନ ସାର ଯୋଗାଣ ହୋଇଥିଲା, ଯାହା ଚାହିଦାଠାରୁ ୧୩ ହଜାର ୭୭୨
ମେଟ୍ରିକ ଟନ‌ କମ‌ ଥିଲା ।

ସେହିପରି ଜୁଲାଇ ମାସରେ ୧୯ ହଜାର ୬୧୯ ମେଟ୍ରିକ‌ ଟନ କମ‌ ସାର ଓଡ଼ିଶାକୁ ଯୋଗାଣ ହୋଇଥିଲା । ଅଗଷ୍ଟ ମାସରେ ରାଜ୍ୟରେ ଏକ ଲକ୍ଷ ମେଟ୍ରିକ‌ ଟନ‌ ୟୁରିଆ ସାରର ଆବଶ୍ୟକତା ଥିବାବେଳେ ଅଗଷ୍ଟ ୧୭ ତାରିଖ ସୁଦ୍ଧା ରାଜ୍ୟକୁ ମାତ୍ର ୩୪ ହଜାର ୧୫୦ ମେଟ୍ରିକ‌ ଟନ‌ ଯୋଗାଣ ହୋଇଛି ।

ଜୁନ‌ ଓ ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ଏବଂ ଅଗଷ୍ଟ ମାସର ବାକି ଅବଧି ପାଇଁ ରାଜ୍ୟରେ ୧ ଲକ୍ଷ ୩ ହଜାର ମେଟ୍ରିକ‌ ଟନ ୟୁରିଆ ସାରର ଆବଶ୍ୟକତା ରହିଛି । ଓଡ଼ିଶାରେ ଖରିଫରେ ମୁଖ୍ୟତଃ ଧାନଚାଷ କରାଯାଉଥିବା ବେଳେ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି । ରାଜ୍ୟ ସରକାରଙ୍କ ତରଫରୁ ଇଫକୋ, ଆରସିଏଫ, ଏନ୍‌ଏଲଏଫ ଆଦି ସାର କମ୍ପାନୀଗୁଡ଼ିକ ନିଜସ୍ୱ ଉତ୍ପାଦିତ ସାର ଯୋଗାଇଦେବା ପାଇଁ ଅନୁରୋଧ କରାଯାଇଥିବା ବେଳେ ରାଜ୍ୟକୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଉପଲବ୍ଧ ହୋଇନାହିଁ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ ।

ଏହି ପରିପ୍ରେକ୍ଷୀରେ ରାଜ୍ୟକୁ ଇଣ୍ଡିଆନ ପଟାସ ଲିମିଟେଡ ପକ୍ଷରୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଯୋଗାଇଦେବା ପାଇଁ ମନ୍ତ୍ରୀ ଡଃ ସାହୁ ଅନୁରୋଧ କରିଥିଲେ । ରାଜ୍ୟରେ ୟୁରିଆ ସାର ଖୁଚୁରା ବିକ୍ରୟକୁ କ୍ୟାସଲେସ‌ ଓ ଡିଜିଟାଲ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି । ଅଦ୍ୟାବଧି ୧୦୦୦ଟି ଖୁଚୁରା ସାର ବିକ୍ରୟ କେନ୍ଦ୍ରକୁ ଡ଼ିଜିଟାଲ କରାଯାଇଛି ବୋଲି ମନ୍ତ୍ରୀ ଡଃ ସାହୁ
କହିଥିଲେ ।

ବୈଠକରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ବିଭାଗର ପ୍ରମୁଖ ଶାସନ ସଚିବ ଡଃ ସୌରଭ ଗର୍ଗ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡଃ ଏମ୍‌. ମୁଥୁକୁମାର ଯୋଗଦେଇଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.