ETV Bharat / city

ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର, ଦର୍ଶନ ପାଇଁ ମାନିବାକୁ ପଡିବ ଏସବୁ ନିୟମ.. - LINGARAJ TEMPLE reopens

ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର । ଥରକେ 100 ଜଣ ଶ୍ରଦ୍ଧାଳୁଙ୍କୁ ମନ୍ଦିର ଭିତରେ ପ୍ରବେଶ ପାଇଁ ଅନୁମତି ରହିଛି । ଅଧିକ ପଢନ୍ତୁ...

ଲିଙ୍ଗରାଜ ମନ୍ଦିର
ଲିଙ୍ଗରାଜ ମନ୍ଦିର
author img

By

Published : Sep 1, 2021, 10:19 AM IST

ଭୁବନେଶ୍ବର: ଭକ୍ତ-ଭଗବାନ ମଧ୍ୟରେ ହଟିଲା ପାଚେରୀ । ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର । ରାଜଧାନୀର ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିଥିବା ବେଳେ ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଛି ଲିଙ୍ଗରାଜ ମନ୍ଦିର । ଥରକେ 100 ଜଣ ଶ୍ରଦ୍ଧାଳୁଙ୍କୁ ମନ୍ଦିର ଭିତରେ ପ୍ରବେଶ ପାଇଁ ଅନୁମତି ରହିଛି ।

ଏଥିସହ ଶ୍ରଦ୍ଧାଳୁଙ୍କୁ ମନ୍ଦିର ଗର୍ଭଗୃହକୁ ପ୍ରବେଶ ପାଇଁ ଅନୁମତି ଦିଆଯାଇନାହିଁ । ଭକ୍ତ କେବଳ ବାହାର କାଠ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ । ଏହାସହ ଉଭୟ ସେବାୟତ ଓ ଶ୍ରଦ୍ଧାଳୁଙ୍କୁ ଡବଲ ଡୋଜ ଟିକା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି । ଗାଇଡଲାଇନ ଅନୁସାରେ, ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ 2 ଡୋଜ ଟୀକାକରଣର ପ୍ରମାଣପତ୍ର ଦେଖାଇବେ । ଏହାସହ ମାସ୍କ ପିନ୍ଧିବା, ହାତ ସାନିଟାଇଜ କରିବା ଓ ସାମାଜିକ ଦୂରତା ଉପରେ ପ୍ରାଧାନ୍ୟ ଦିଆଯାଇଛି ।

ସୂଚନା ଥାଉକି, ଗତ 23 ତାରିଖରକୁ ପୁରୀ ଶ୍ରୀମନ୍ଦିର ସମେତ ଭୁବନେଶ୍ବରର ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବା ପାଇଁ ସରକାର ଅନୁମତି ଦେଇଥିଲେ । SOP ଅନୁସାରେ ଶ୍ରଦ୍ଧାଳୁ ମନ୍ଦିରରେ ପ୍ରବେଶ କରୁଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.