ETV Bharat / city

ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ସ୍ଥାନ ଭିତ୍ତିକ ଗବେଷଣା ସଂକଳନ ଉନ୍ମୋଚିତ

author img

By

Published : Oct 6, 2022, 9:59 PM IST

ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ କରିଛନ୍ତି । ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା ସଂକଳନକୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉନ୍ମୋଚନ କରିଛନ୍ତି । ଅଧିକ ପଢନ୍ତୁ

ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ସ୍ଥାନ ଭିତ୍ତିକ ଗବେଷଣା ସଂକଳନ ଉନ୍ମୋଚିତ
ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ସ୍ଥାନ ଭିତ୍ତିକ ଗବେଷଣା ସଂକଳନ ଉନ୍ମୋଚିତ

ଭୁବନେଶ୍ବର: ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ କରିଛନ୍ତି । ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା ସଂକଳନକୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉନ୍ମୋଚନ କରିଛନ୍ତି ।

ଲୋକସେବା ଭବନରେ ଆୟୋଜିତ ବୈଠକରେ ଗୋପବନ୍ଧୁ ଏକାଡ଼େମୀର ମହା ନିର୍ଦ୍ଦେଶକ ରଂଜନା ଚୋପ୍ରା ଏବଂ ୟୁନିସେଫର ରାଜ୍ୟ ମୁଖ୍ୟ ଡ଼ଃ ମୋନିକା ନିଲେସନ ଯୋଗ ଦେଇଛନ୍ତି । ଉତ୍କର୍ଷ କେନ୍ଦ୍ରର ଏତାଦୃଶ ସୃଜନାତ୍ମକ ପ୍ରଚେଷ୍ଟା ପାଇଁ ଗବେଷକମାନଙ୍କୁ ମୁଖ୍ୟ ଶାସନ ସଚିବ ସାଧୁବାଦ ଜଣାଇଛନ୍ତି । ଏହା ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏ ପ୍ରକାର ଅଧ୍ୟୟନ କରିବା ପାଇଁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି । ଏସବୁ ଅଧ୍ୟୟନ ମାଧ୍ୟମରେ ଜନ-ସମୁଦାୟମାନଙ୍କର ଆବଶ୍ୟକତା, ଆକାଂକ୍ଷା ଏବଂ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ଥିବା କ୍ଷେତ୍ରସ୍ତରୀୟ ଗୁରୁତ୍ୱପୂର୍ଣ୍ଣ-ଶୂନ୍ୟତା (କ୍ରିଟିକାଲ ଗ୍ୟାପ) ଆଦି ଜାଣି ହେବ । ଅଧ୍ୟୟନର ଫଳାଫଳ ଅଧିକାରୀମାନଙ୍କ ତାଲିମ ନିମନ୍ତେ ଅତି ଉପାଦେୟ ଦେବ । ଏହା ସହ ଅନ୍ୟତ୍ର ପ୍ରୟୋଗ ନିମନ୍ତେ ବିଭିନ୍ନ ପ୍ରକଳ୍ପ ନମୁନା ପ୍ରସ୍ତୁତିରେ ସହାୟକ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ଅଧ୍ୟୟନରୁ ପ୍ରାପ୍ତ ତଥ୍ୟ ଓ ଉପସଂହାର ବିଷୟରେ ସଂପୃକ୍ତ ବିଭାଗମାନଙ୍କ ସହ ଆଲୋଚନାତ୍ମକ ଅନୁଶୀଳନ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ଗୋପବନ୍ଧୁ ଏକାଡ଼େମୀଙ୍କୁ ପରାମର୍ଶ ଦେଇଛନ୍ତି ।

ଏହାବି ପଢନ୍ତୁ- ସାହିତ୍ୟରେ ଆନ୍ନିଙ୍କୁ ନୋବେଲ, ଲେଖନୀକୁ କରିଥିଲେ ଅସ୍ତ୍ର

ଏହା କ୍ଷେତ୍ରସ୍ତରୀୟ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହଯୋଗିତା-ଭିତ୍ତିକ ଯୋଜନା ଓ ପ୍ରକଳ୍ପ ପ୍ରସ୍ତୁତି ଦିଗରେ ସହାୟକ ହେବ । ଗୋପବନ୍ଧୁ ଏକାଡ଼େମୀର ମହା ନିର୍ଦ୍ଦେଶକ ରଂଜନା ଚୋପ୍ରା କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ପାଣ୍ଠି ଏବଂ ୟୁନିସେଫର ବୈଷୟିକ ସହଯୋଗିତାରେ ୨୦୨୧ ମସିହାରୁ ଗୋପବନ୍ଧୁ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ରାଜ୍ୟ ତାଲିମ ନିୟାମକ ଅନୁସାରେ କାର୍ଯ୍ୟ କରୁଛି । ଏହାର ପ୍ରଥମ ସଂକଳନ ବର୍ତ୍ତମାନ ପ୍ରକାଶିତ ହେଲା । ଏହି ସଂକଳନ ଉଭୟ ଉନ୍ନୟନମୂଳକ-ପ୍ରଶାସନ ଏବଂ ଅଧିକାରୀ ମାନଙ୍କ ତାଲିମର ଗୁଣାତ୍ମକ ବିକାଶରେ ବ୍ୟବହୃତ ହେବ ।

ଏହାବି ପଢନ୍ତୁ- Dhamnagar By-Poll: ବିଜୟ ନେଇ 3 ଦଳର ଦୃଢ ଦାବି, ଆମେ ଜିତିବୁ ନିର୍ବାଚନ

ୟୁନିସେଫ ରାଜ୍ୟ ମୁଖ୍ୟ ଡ଼ଃ ମୋନିକା ନିଲେସନ କହିଛନ୍ତି ଯେ, ସ୍ଥାନ ଭିତ୍ତିକ ଗବେଷଣା ପଦ୍ଧତି ନେଇ କାର୍ଯ୍ୟ କରୁଥିବା ଉତ୍କର୍ଷ କେନ୍ଦ୍ର ସାରା ଦେଶରେ ପ୍ରଥମ । ଗୋପବନ୍ଧୁ ଏକାଡ଼େମୀର ଏହି କେନ୍ଦ୍ର ସହ ୟୁନିସେଫ ନିଜର ସହଯୋଗିତା ବଜାୟ ରଖିବ । ଉତ୍କର୍ଷ କେନ୍ଦ୍ରର ନିର୍ଦ୍ଦେଶକ ଡ଼ଃ ଶଶାଙ୍କ ଗ୍ରହାଚାର୍ଯ୍ୟ କହିଛନ୍ତି ଯେ, ବିବିଧ ବିଷୟରେ ୧୯ ଟି ଫଳାଫଳ ଭିତ୍ତିକ ଗବେଷଣା ଏହି ସଂକଳନରେ ସ୍ଥାନିତ ହୋଇଛି । ଆଦର୍ଶ ବିଦ୍ୟାଳୟର କାର୍ଯ୍ୟକାରିତା, ମହିଳା ବୁଣାକାରଙ୍କ ରୋଜଗାର ଉପରେ କୋଭିଡ୍-୧୯ ର ପ୍ରଭାବ, ସିକଲ୍ ସେଲର ପ୍ରଥମାବସ୍ଥାରୁ ନିର୍ଣ୍ଣୟ ଓ ଚିକିତ୍ସା, ଉପକୂଳ ଅଞ୍ଚଳରେ ମତ୍ସ୍ୟଜିବୀ ସମୁଦାୟ, ମାନସିକ ଅନଗ୍ରସର ପିଲାମାନଙ୍କର ଯତ୍ନ ଓ ଶିକ୍ଷା, ସ୍ୱାଧାର ଗୃହର କାର୍ଯ୍ୟକାରିତା, କିଶୋରୀମାନଙ୍କ ମଧ୍ୟରେ ରକ୍ତହୀନତା, ଧାନ ସଂଗ୍ରହ, ଅପପୁଷ୍ଟିର ସମାଧାନ, ବନ୍ୟଜନ୍ତୁ ଶିକାର ନିରାକରଣ, ଜନସମୁଦାୟ ସ୍ତରରେ ନୂତନ ଜିବୀକା ନିର୍ବାହ ପନ୍ଥା ଆଦି ପ୍ରମୁଖ ବିଷୟ ଏଥିରେ ସ୍ଥାନିତ ହୋଇଛି । ଡ଼ଃ ଶଶାଙ୍କ ଗ୍ରହାଚାର୍ଯ୍ୟ, ପଦ୍ମଜା ପତି, ସୌମ୍ୟ ବାନାର୍ଜୀ, ରଶ୍ମିତା ବେହେରା ଏବଂ ଅମର୍ତ୍ୟ କ୍ରିଷ୍ଣା ରାୟ ଆଦି ଗବେଷକମାନଙ୍କୁ ନେଇ ଗଠିତ ଉତ୍କର୍ଷ କେନ୍ଦ୍ରର ଗବେଷଣା ଟିମଙ୍କ ଦ୍ୱାରା ଏହି ଅଧ୍ୟୟନ କରାଯାଇଛି । ସଂକଳନଟିକୁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ଏବଂ ୟୁନିସେଫ ଦ୍ୱାରା ଯୌଥ ଭାବେ ପ୍ରକାଶନ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

TAGGED:

odisha News
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.