ETV Bharat / city

ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା, ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ

author img

By

Published : Mar 17, 2021, 7:55 AM IST

ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ଅଧିକ ପଢନ୍ତୁ...

ପ୍ରଭୁ ଲିଙ୍ଗରାଜ
ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ଚଳିତବର୍ଷ ଅନୁଷ୍ଠିତ ହେବ ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା । ଏନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଶୃଙ୍ଖଳିତ ଭାବେ ହାଣ୍ଡି ଭଙ୍ଗା ଯାତ୍ରା ଆୟୋଜନ କରିବା ପାଇଁ ବୈଠକରେ ଆଲୋଚନା ହୋଇଛି ।

କପିଳେଶ୍ବର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲ୍ଲା ପ୍ରଶାସନର ଆଲୋଚନା ହୋଇଛି । ସେପଟେ ଆଜି(ବୁଧବାର) ମଲିଆ ସେବାୟତ ଓ ଖୁଣ୍ଟିଆ ସେବାୟତଙ୍କ ସହ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ । ହାଣ୍ଡି ଭଙ୍ଗା ଯାତ୍ରାରେ ସହଯୋଗ କରିବା ପାଇଁ ଜିଲ୍ଲା ପ୍ରଶାସନ ନିବେଦନ କରିବ ବୋଲି ଜଣାପଡିଛି ।

2015ରୁ ପ୍ରଭୁ ଲିଙ୍ଗରାଜଙ୍କର ହାଣ୍ଡି ଭଙ୍ଗା ଯାତ୍ରା ବନ୍ଦ ରହିଥିଲା । ଚଳିତ ବର୍ଷ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାତ୍ରା ଆୟୋଜନ କରିବା ପାଇଁ ନିଷ୍ପତି ନେଇଛି ପ୍ରଶାସନ । ପ୍ରଭୁ ଲିଙ୍ଗରାଜଙ୍କ ଏହି ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଆୟୋଜନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଦେବତ୍ତୋର ବିଭାଗ ଅତିରିକ୍ତ କମିଶନର, ବିଏମସି ଅତିରିକ୍ତ କମିଶନର, ଲିଙ୍ଗରାଜ ମନ୍ଦିର ପ୍ରଶାସକ ଓ ବରିଷ୍ଠ ପୋଲିସ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.