ETV Bharat / city

୨୩ରେ ଲଘୁଚାପ, 4 ଜିଲ୍ଲାରେ ଅତି ପ୍ରବଳ ବର୍ଷା ! - ପାଣିପାଗ ଅପଡେଟ

୨୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା । ସତର୍କତା ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ...

୨୩ ରେ ଲଘୁଚାପ, 4 ଜିଲ୍ଲାକୁ ଅତି ପ୍ରବଳ ବର୍ଷା

author img

By

Published : Jul 20, 2021, 9:40 PM IST

ଭୁବନେଶ୍ବର: ଆସନ୍ତା ୨୩ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୩ ରେ ଲଘୁଚାପ, 4 ଜିଲ୍ଲାକୁ ଅତି ପ୍ରବଳ ବର୍ଷା

ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ,ବର୍ତ୍ତମାନ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ରହିଛି ସେପଟେ ବର୍ତ୍ତମାନ ଏକ ଟ୍ରଫ୍ ଲାଇନ ସହ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ହେଲା ଗଞ୍ଜାମ,ଖୋର୍ଦ୍ଧା,କଟକ,ଏବଂ ପୁରୀ । ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଗଜପତି, କନ୍ଧମାଳ, ନୟାଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ଆକଳନ ପ୍ରକାଶ ପାଇଛି ।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ପୁରୀ,ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ,ଗଜପତି,ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା ଓ କଳାହାଣ୍ଡିରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୫ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା। କଟକ ଜିଲ୍ଲା କଣ୍ଟାପଡା ରେ ସର୍ବାଧିକ ୯୪.୦ମିମି ବର୍ଷା ରେକର୍ଡ ହୋଇଛି।ଭୁବନେଶ୍ୱରରେ ଆଜି ୭୫୫ ମିମି ବର୍ଷା ରେକର୍ଡ ହୋଇଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.