ETV Bharat / city

ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ! ଆଜି ଠାରୁ ପ୍ରବଳ ବର୍ଷା

ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ । ପ୍ରଭାବରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି । ଅଧିକ ପଢନ୍ତୁ...

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୦ ରୁ ୧୪ ପ୍ରବଳ ବର୍ଷା

author img

By

Published : Jun 9, 2021, 10:20 PM IST

Updated : Jun 10, 2021, 11:00 AM IST

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ୧୧ ଜୁନ ବେଳକୁ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ । ଏହାର ପ୍ରଭାବରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ବୁଧବାର ପୁର୍ବ କେନ୍ଦ୍ରୀୟ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି । ଆସନ୍ତା ୨, ୩ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ । ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଗୁରୁବାର ସକାଳ ୮.୩୦ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସତର୍କତା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡା ଓ ଜଗତସିଂହପୁର । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଂ ଦିଆଯାଇଛି । ସେହିପରି ଆସନ୍ତା ୧୧ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି ।

ଗତ ୨୪ ଘଣ୍ଟାରେ ସୋନପୁରରେ ସର୍ବାଧିକ ୮୨.୬ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଅନୁଗୋଳରେ ୭୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୧.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Jun 10, 2021, 11:00 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.