ETV Bharat / city

ମମିତା ହତ୍ୟାକାଣ୍ଡ; ମୁହଁ ଖୋଲିଲେ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ କଲେ କାର୍ଯ୍ୟାନୁଷ୍ଠାନ ଦାବି - Mamita Meher Case

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଭଳି ଉପାନ୍ତ ଅଞ୍ଚଳରେ ସ୍କୁଲର ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ବଲାଙ୍ଗିର ଝିଅର ଷଡ଼ଯନ୍ତ୍ରପୂର୍ଣ୍ଣ ହତ୍ୟା ଖବର ଶୁଣି ମୁଁ ଚିନ୍ତିତ ଓ ବ୍ୟଥିତ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ମମିତା ମେହେର ହତ୍ୟାକାଣ୍ଡରେ ମୁହଁ ଖୋଲିଲେ କେନ୍ଦ୍ରମନ୍ତ୍ରୀ

author img

By

Published : Oct 20, 2021, 3:55 PM IST

ଭୁବନେଶ୍ବର: ମମିତା ମେହେର ହତ୍ୟାକାଣ୍ଡକୁ ନେଇ ତେଜୁଛି ରାଜନୀତି । ମହିଳାଙ୍କ ବିରୋଧରେ ଏଭଳି ଜଘନ୍ୟ ଅପରାଧ ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇଦେଇଛି । ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଘେରିବାରେ ଲାଗିଛନ୍ତି । ଏହାରି ମଧ୍ୟରେ ମମିତା ମେହେର ହତ୍ୟାକାଣ୍ଡରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • ଓଡ଼ିଶା ଭଳି ରାଜ୍ୟରେ ମହିଳା ବିରୋଧୀ ହିଂସା ଓ ଅତ୍ୟାଚାର କ୍ରମାଗତ ଭାବେ ବୃଦ୍ଧି ପାଇବା ଉଦବେଗଜନକ । ଏହା ଏକ ସାଧାରଣ ଅପରାଧ ନୁହେଁ। ମୁଖ୍ୟମନ୍ତ୍ରୀ ଏହି ସମ୍ବେଦନଶୀଳ ଘଟଣାର ଗୁରୁତ୍ୱକୁ ଉପଲବ୍ଧି କରି ତୁରନ୍ତ ଆଇନ ଅନୁସାରେ ଘଟଣାରେ ସମ୍ପୃକ୍ତ ଥିବା ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। #JusticeForMamita

    — Dharmendra Pradhan (@dpradhanbjp) October 20, 2021 " class="align-text-top noRightClick twitterSection" data=" ">

ଓଡ଼ିଶାର କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଭଳି ଉପାନ୍ତ ଅଞ୍ଚଳରେ ସ୍କୁଲର ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ବଲାଙ୍ଗୀର ଝିଅର ଷଡ଼ଯନ୍ତ୍ରପୂର୍ଣ୍ଣ ହତ୍ୟା ଖବର ଶୁଣି ମୁଁ ଚିନ୍ତିତ ଓ ବ୍ୟଥିତ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସ୍କୁଲର ମାଲିକ ଏହି ନିର୍ମମ ହତ୍ୟାକାଣ୍ଡର ମୁଖ୍ୟ ସୂତ୍ରଧର ବୋଲି ଜଣାପଡ଼ିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ ତାଙ୍କ ବିରୁଦ୍ଧରେ ଯେଉଁ ସବୁ ସଙ୍ଗୀନ ଅଭିଯୋଗ ଅଣାଯାଉଛି, ଏହା ଆହୁରି କଷ୍ଟଦାୟକ । ଏହି ବେସରକାରୀ ଶିକ୍ଷାନୁଷ୍ଠାନ ରାଜ୍ୟ ସରକାରଙ୍କ ପୃଷ୍ଠପୋଷକତାରେ ଚାଲୁଛି ଏବଂ ଓଡ଼ିଶାର ଶାସକ ଦଳର ମନ୍ତ୍ରୀ ଓ ନେତାମାନଙ୍କର ଏହି ଘଟଣାରେ ସମ୍ପୃକ୍ତି ଥିବା ଗଣମାଧ୍ୟମରେ ପ୍ରକାଶ ପାଉଛି । ଏହା ସବୁ ତଥ୍ୟ ସତ୍ୟ ହୋଇଥିଲେ ସାଂଘାତିକ ବୋଲି କହିଛନ୍ତି ଧର୍ମେନ୍ଦ୍ର ।

ଓଡ଼ିଶା ଭଳି ରାଜ୍ୟରେ ମହିଳା ବିରୋଧୀ ହିଂସା ଓ ଅତ୍ୟାଚାର କ୍ରମାଗତ ଭାବେ ବୃଦ୍ଧି ପାଇବା ଉଦବେଗଜନକ । ଏହା ଏକ ସାଧାରଣ ଅପରାଧ ନୁହେଁ । ମୁଖ୍ୟମନ୍ତ୍ରୀ ଏହି ସମ୍ବେଦନଶୀଳ ଘଟଣାର ଗୁରୁତ୍ବକୁ ଉପଲବ୍ଧି କରି ତୁରନ୍ତ ଆଇନ ଅନୁସାରେ ଘଟଣାରେ ସମ୍ପୃକ୍ତ ଥିବା ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଦାବି କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.