ETV Bharat / city

କେରଳ ଛୁଇଁଲା ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା

ଜୁନ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳରେ କାଳବୈଶାଖୀ ବର୍ଷା ଜାରି ରହିବ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

କେରଳ ଛୁଇଁଲା ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା
କେରଳ ଛୁଇଁଲା ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା
author img

By

Published : Jun 1, 2020, 9:14 PM IST

ଭୁବନେଶ୍ବର: ପାଗରେ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି । କେରଳ ଛୁଇଁଲା ମୌସୁମୀ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ସୋମବାର, ଜୁନ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ଆସନ୍ତା ୫ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଥାନେ ସ୍ଥାନେ ଝଡ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳରେ କାଳବୈଶାଖୀ ବର୍ଷା ଜାରି ରହିବ ।

କେରଳ ଛୁଇଁଲା ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା

ସ୍ଥାନେ ସ୍ଥାନେ ୩୦ ରୁ ୪୦ କିମି ବେଗରେ ପବନ ବହିବ । ଆସନ୍ତା ୨୪ ଘଣ୍ଟାରେ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡଘଡି ବର୍ଷା ହେବାର ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡା ଜିଲ୍ଲାର କାଶୀପୁରରେ ସର୍ବାଧିକ ୨୪.୨ ମିମି ବର୍ଷା ରେକର୍ଡ କରାଯାଇଛି । ବଲାଙ୍ଗୀରରେ ତାପମାତ୍ରା ସର୍ବାଧିକ ୪୦.୫ ଡିଗ୍ରୀ ରହିଛି । ବଲାଙ୍ଗୀର, ମାଲକାନଗିରି, ବୌଦ୍ଧ ଓ ସୋନପୁର, ୪ଟି ଜିଲ୍ଲାରେ ୪୦ ରୁ ଊର୍ଦ୍ଧ୍ବ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.