ETV Bharat / city

Panchayat Election: ଦ୍ଵିତୀୟ ଦିନରେ ୧୩ ହଜାର ୩୫୬ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ - ପଞ୍ଚାୟତ ନିର୍ବାଚନ ପାଇଁ ଦାଖଲ ହେଲା ନାମାଙ୍କନ

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ଜାରି ରହିଛି । ଆଜି ଦ୍ଵିତୀୟ ଦିନର ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ପ୍ରଥମ ଦିନରେ ୧୩ ହଜାର ୩୫୬ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ଅଧିକ ପଢ଼ନ୍ତୁ

Odisha Panchayat Election: ଦ୍ଵିତୀୟ ଦିନରେ ୧୩ ହଜାର ୩୫୬ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

author img

By

Published : Jan 18, 2022, 7:35 PM IST

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ଜାରି ରହିଛି । ଆଜି ଦ୍ଵିତୀୟ ଦିନର ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ପ୍ରଥମ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର ୧୩ ହଜାର ୩୫୬ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି ।

ନିର୍ବାଚନ ଆୟୋଗଙ୍କ ସଚିବଙ୍କ ମୁତାବକ ନାମାଙ୍କନ ଦାଖଲ ପ୍ରକ୍ରିୟାର ଦ୍ବିତୀୟ ଦିନରେ ୧୦ ହଜାର ୭୩୪ ୱାର୍ଡ ମେମ୍ଵର, ୧୫୪୬ ସରପଞ୍ଚ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ସେହିପରି ୧୦୩୪ ସମିତିସଭ୍ୟ ଓ ୪୨ ଜିଲ୍ଲା ପରିଷଦ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପ୍ରକ୍ରିୟା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୱାର୍ଡ ମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି କାର୍ଯ୍ୟାଳୟ ଏବଂ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମନୋନୟନ ପତ୍ର ଦାଖଲ କରୁଛନ୍ତି ।

ପ୍ରଥମ ଦିନରେ ୮୭୭୨ ପ୍ରାର୍ଥୀ ନାମାଙ୍କନ ଭରି ଥିଲେ । ସେମାନଙ୍କ ମଧ୍ୟରୁ ୭୧୧୬ ୱାର୍ଡ ମେମ୍ଵର, ୧୧୨୨ ସରପଞ୍ଚ, ୫୧୨ ସମିତି ସଭ୍ୟ, ୨୨ ଜିଲ୍ଲା ପରିଷଦ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଆହୁରି ୯୧୯୧୩ ୱାର୍ଡ ମେମ୍ବର, ୬୭୯୪ ସରପଞ୍ଚ, ୬୭୯୩ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ ଜିଲ୍ଲା ପରିଷଦ ସଭ୍ୟପଦ ପାଇଁ ନାମାଙ୍କନ ଭରିବେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.