ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତ 24 ଘଣ୍ଟାରେ ସୁନ୍ଦରଗଡ ଜିଲ୍ଲା ହିମଗିରି ଠାରେ 156 ମିଲିମିଟର ରେକର୍ଡ କରାଯାଇଛି ।
ଦକ୍ଷିଣ ଓଡିଶାର ଜିଲା ଗୁଡିକରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ମୟୂରଭଞ୍ଜ, ଅନୁଗୋଳ, ସମ୍ବଲପୁର, ଦେବଗଡ ଆଦି ଜିଲ୍ଲା ଗୁଡିକରେ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି ହୋଇଥିବା ବେଳେ କୋରାପୁଟ, ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ଢେଙ୍କାନାଳ, କଟକ, ଯାଜପୁର ଭଦ୍ରକ ଆଦି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂଗ ଜାରି କରିଛି ପାଣିପାଗ ବିଭାଗ । ଏହାସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ପାଇଁ ମନା ବାରଣ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ