ETV Bharat / city

OUTR ନବକଳେବରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି - ଭୁବନେଶ୍ବର ଖବର

ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ (OUTR)ର ହେବ ନବକଳେବର । ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା । ଅଧିକ ପଢନ୍ତୁ

OUTRର ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

author img

By

Published : May 10, 2022, 2:16 PM IST

ଭୁବନେଶ୍ବର: ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟର (OUTR) ହେବ ନବକଳେବର । ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା । OUTRର ମାଷ୍ଟର ପ୍ଲାନକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । IIM, IIT ଓ NIT ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି OUTRର ବିକାଶ ସମ୍ପର୍କିତ ମଷ୍ଟର ପ୍ଲାନକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ବର୍ତ୍ତମାନ OUTRରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ । ଏହାକୁ ଦୃଷ୍ଟିରେ ରଖି ଏହାକୁ IIT ଢାଞ୍ଚାରେ ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ OUTRର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ଦିଆଯିବ । ଏହା ସହ new age technology ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯିବ । ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରାଯିବ । ଏଥି ପାଇଁ ଅଧିକ Centre of Excellence ମଧ୍ୟ ପ୍ରତିଷ୍ଠା କରାଯିବ । ଏହା ସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ Startup cultureକୁ ଉତ୍ସାହିତ କରିବା ଲାଗି ବ୍ୟବସ୍ଥା କରାଯିବ । ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ Incubation Centreର ମଧ୍ୟ ବିକାଶ କରାଯିବ । ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ patent ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ ।

କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ, OUTR (CET) ପରିଦର୍ଶନ କରିଥିଲେ । ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ସେ ଆଲୋଚନା କରିଥିଲେ । OUTRର ପୂର୍ବରୁ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା । ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧିନରେ College of Engineering & Technology ବା CET ନାମରେ ପ୍ରତିଷ୍ଠିତ ହୋଇଥିଲା । ୨୦୦୧ ମସିହାରେ ଭୁବନେଶ୍ବରର ଘାଟିକିଆରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟାମ୍ପସକୁ ଏହା ସ୍ଥାନାନ୍ତରିତ ହୋଇଥିଲା । ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି NAAC A Grade ମାନ୍ୟତା ହାସଲ କରିଛି । ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା । ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା ।

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, OUTRର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଛନ୍ତି । ବୈଠକରେ OUTRର OSD ଡଃ ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଛନ୍ତି । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.