ETV Bharat / city

କୋଇଲା ଯୋଗାଣରେ ନୂତନ ଶିଖର ଛୁଇଁଲା ଏମସିଏଲ

author img

By

Published : Oct 18, 2021, 10:26 PM IST

ଅଗ୍ରଣୀ କୋଇଲା ଉତ୍ପାଦନକାରୀ ମହାନଦୀ କୋଲଫିଲ୍ଡ ଲିମିଟେଡ(MCL) ଗତକାଲି ୫.୪୭ ଲକ୍ଷ ଟନ୍ କୋଇଲା ଉପଭୋକ୍ତାଙ୍କୁ ଯୋଗାଇଛି । ଗୋଟିଏ ପକ୍ଷ ମଧ୍ୟରେ ଏହା ନିଜସ୍ବ ରେକର୍ଡ ୫.୪୫ ଲକ୍ଷ ଟନ୍‌କୁ ଟପି ପାରିଛି । ଅଧିକ ପଢନ୍ତୁ...

MCL touches new peak in coal supply
କୋଇଲା ଯୋଗାଣରେ ନୂତନ ଶିଖର ଛୁଇଁଲା ଏମସିଏଲ

ଭୁବନେଶ୍ବର: ଅଗ୍ରଣୀ କୋଇଲା ଉତ୍ପାଦନକାରୀ ମହାନଦୀ କୋଲଫିଲ୍ଡ ଲିମିଟେଡ(MCL) ଗତକାଲି ୫.୪୭ ଲକ୍ଷ ଟନ୍ କୋଇଲା ଉପଭୋକ୍ତାଙ୍କୁ ଯୋଗାଇଛି । ଗୋଟିଏ ପକ୍ଷ ମଧ୍ୟରେ ଏହା ନିଜସ୍ବ ରେକର୍ଡ ୫.୪୫ ଲକ୍ଷ ଟନ୍‌କୁ ଟପି ପାରିଛି । କମ୍ପାନୀ ସର୍ବକାଳୀନ ଅଧିକ ୧୦୩ ରେକ କୋଇଲା ଯୋଗାଇଛି । ଏଥିରୁ ୬୫ ରେକ ତାଳଚେର କେଲ୍‌ଫିଲ୍ଡରୁ ଆସିଥିବାବେଳେ ୩୮ ରେକ୍ ଇବ୍ ଉପତ୍ୟକା କୋଲ୍‌ଫିଲ୍ଡରୁ ଉତ୍ତୋଳିତ ହୋଇଛି ।

MCL touches new peak in coal supply
କୋଇଲା ଯୋଗାଣରେ ନୂତନ ଶିଖର ଛୁଇଁଲା ଏମସିଏଲ

କେବଳ ଅକ୍ଟୋବର ମାସରେ ଦିନକୁ ୫. ୧୭ଲକ୍ଷ ଟନ୍ କୋଇଲା ଯୋଗାଣ କରିଛି ଏମ୍‌ସିଏଲ । ଏହା ସହ ଏମ୍‌ସିଏଲ ଖଣି ଶ୍ରମିକ ଓ ଅଧିକାରୀଙ୍କ ନିରବଚ୍ଛିନ୍ନ ଉଦ୍ୟମକୁ ଏହାର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପି.କେ ସିହ୍ନା ଅଭିନନ୍ଦନ ଜଣାଇଛନ୍ତି । ଏମସିଏଲର ପର୍ଯ୍ୟାପ୍ତ କୋଇଲା ମହଜୁଦ ଥିବା ଦର୍ଶାଇଛନ୍ତି ନିର୍ଦ୍ଦେଶକ ପି.କେ ସିହ୍ନା । ସେ କହିଛନ୍ତି ଯେ ଅକ୍ଟୋବର ମାସରେ କୋଇଲା ଉତ୍ପାଦନ, ଯୋଗାଣ ଓ ଓଭର ବର୍ଡନ (ଓବି) ଉତ୍ତୋଳନରେ ଯଥାକ୍ରମେ ୨୬.୫%, ୩୪.୩% ଓ ୭୧.୭% ବୃଦ୍ଧି ଘଟିଛି । ଏହା ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଅଧିକ ।

MCL touches new peak in coal supply
କୋଇଲା ଯୋଗାଣରେ ନୂତନ ଶିଖର ଛୁଇଁଲା ଏମସିଏଲ

ଚଳିତ ଆର୍ଥିକ ବର୍ଷରେ ଦୁଇ ଅଙ୍କ ବିଶିଷ୍ଟ ଆଖିଦୃଶିଆ ବୃଦ୍ଧି କରି ଏମସିଏଲ ୭୮.୫ମିଲିୟନ ଟନ୍ କୋଇଲା ଉତ୍ପାଦନ କରିଥିବା ବେଳେ ଏଥିରେ ଶତକଡା ୧୨.୧୬% ବୃଦ୍ଧି ଘଟିଛି । ଖାଉଟି ମାନଙ୍କୁ ଗତବର୍ଷ ଏହି ସମୟ ମଧ୍ୟରେ ୭୪.୩୩ ନିୟୁତ ଟନ୍ ଶୁଷ୍କ ଇନ୍ଧନ ଯୋଗାଇଥିବାବେଳେ ଚଳିତବର୍ଷ ଏହା ୮୯.୬୫ନିୟୁତ ଟନ୍‌କୁ ବୃଦ୍ଧି ପାଇଛି । ଓଭରବଡନ(ଓବି) ଉତ୍ତୋଳନରେ ମଧ୍ୟ ଏମସିଏଲ୍‌ରେ ଆଖିଦୃଶିଆ ବୃଦ୍ଧି ଘଟିଛି । ଚଳିତ ଆର୍ଥିକ ବର୍ଷରେ ଶତକଡା ୧୨୨.୨ପ୍ରତିଶତ ଅର୍ଥାତ୍ ୧୦୧.୦୨ ନିୟୁତ କ୍ୟୁବିକ ମିଟର ହୋଇଛି । ଏହାଫଳରେ କୋଇଲା ଉତ୍ତୋଳନ ବୃଦ୍ଧି ପାଇବା ସହ ବଜାର ଚାହିଦା ମଧ୍ୟ ପୂରଣ କରିହେବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.