ETV Bharat / city

Ukraine War: ଜନ୍ମମାଟିକୁ ଫେରିଲେ ୭୭ ଛାତ୍ରଛାତ୍ରୀ, ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ - ୟୁକ୍ରେନରୁ ଭୁବନେଶ୍ୱରକୁ ଫେରିଲେ ଓଡ଼ିଆ ଛାତ୍ରଛାତ୍ରୀ

ୟୁକ୍ରେନରୁ ଭୁବନେଶ୍ୱରକୁ ଫେରିଲେ ଓଡ଼ିଆ ଛାତ୍ରଛାତ୍ରୀ । ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପହଞ୍ଚିଲେ । ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଜନ୍ମମାଟିକୁ ୭୭ ମେଡିକାଲ ଛାତ୍ରଛାତ୍ରୀଙ୍କ ପ୍ରତ୍ୟାବର୍ତ୍ତନ: ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

author img

By

Published : Mar 7, 2022, 7:41 PM IST

Updated : Mar 7, 2022, 10:01 PM IST

ଭୁବନେଶ୍ବର : ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଆଜି ଅନ୍ତ ଘଟିଛି । ୟୁକ୍ରେନ୍‌ରେ ମେଡିକାଲ ପାଠ ପଢୁଥିବା ଓଡିଆ ଛାତ୍ରଛାତ୍ରୀ ନିଜ ଭିଟାମାଟିକୁ ଫେରିଛନ୍ତି । ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନ ଆଜି ନୂଆଦିଲ୍ଲୀରୁ ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ନେଇ ସଂଧ୍ୟା ୫.୩୦ ମିନିଟରେ ଭୁବନେଶ୍ବରରେ ପହଞ୍ଚିଥିଲା । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସେମାନଙ୍କୁ ସ୍ବାଗତ କରିଛନ୍ତି ।

Ukraine War: ଜନ୍ମମାଟିକୁ ଫେରିଲେ ୭୭ ଛାତ୍ରଛାତ୍ରୀ, ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ୟୁକ୍ରେନରୁ ଫେରିଆସିଥିବା ପିଲାମାନଙ୍କୁ ପାଖରେ ପାଇ ବାପା ମାଙ୍କ ଆଖିରୁ ଝରିପଡିଥିଲା ଆନନ୍ଦର ଲୁହ । ହୃଦୟରେ ଆସିଥିଲା ଆଶ୍ବସ୍ତି । ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ । ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବସନା ଦେଇଥିଲେ ।

  • Welcome our students back to #Odisha. It is a huge sigh of relief that our children have returned safely from war zone after spending harrowing time in the #RussiaUkraineWar. We will continue our efforts to help rest of our students return home safely. pic.twitter.com/UyXqK7QI5d

    — Naveen Patnaik (@Naveen_Odisha) March 7, 2022 " class="align-text-top noRightClick twitterSection" data=" ">

ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍ ଯୋଗେ ସେମାନଙ୍କୁ ସେଠାରୁ ନିରାପଦ ଭାବେ ଉଦ୍ଧାର କରାଯାଇଥିଲା । ଏତଦ୍‌ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ରବିବାର ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ । ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

Last Updated : Mar 7, 2022, 10:01 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.