ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସତ୍ୟବ୍ରତ ସାହୁଙ୍କୁ କ୍ଷୁଦ୍ର, ମାଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ଭାବରେ ଦାୟିତ୍ବ ମିଳିଛି ।
ତେବେ ଏହି ଦାୟିତ୍ବରେ ଥିବା ହେମନ୍ତ ଶର୍ମାଙ୍କଠାରୁ ସେ ଦାୟିତ୍ବ ନେବେ । ସେହିପରି ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀଙ୍କୁ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଭାବେ ଦାୟିତ୍ବ ମିଳିଛି । ଏହି ସ୍ଥାନରେ ଥିବା ଦେବବ୍ରତ ଜେନାଙ୍କ ବଦଳି ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।
ପ୍ରକାଶ ଥାଉ କି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋହର ପରେ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ