ETV Bharat / city

ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପ୍ୟାକେଜ

author img

By

Published : Jan 8, 2022, 10:56 PM IST

ପଞ୍ଚାୟତରେ ସେବା ଯୋଗାଉଥିବା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପ୍ୟାକେଜ
ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପ୍ୟାକେଜ

ଭୁବନେଶ୍ବର: ପଞ୍ଚାୟତରେ ସେବା ଯୋଗାଉଥିବା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ । ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପକୃତ ହେବେ ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ । ମିଶନ ଶକ୍ତି ଆନ୍ଦୋଳନର ଗୁରୁତ୍ବ ତଥା ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରିଛନ୍ତି ।

ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ । ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ । ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ । ସବୁ CRP ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ । ସବୁ CRP- CM ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ । ଟେଲିଫୋନ ଭତ୍ତା ବାବଦରେ CRP- CM ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପୋଷଣ କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମା'ଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା'ଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି । ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା ମା ମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି । ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି କ୍ରମେ ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ଆହାର କେନ୍ଦ୍ର ପରିଚାଳନା, ମାଛ ଚାଷ ଆଦି ବିଭିନ୍ନ ସରକାରୀ କାମ ମଧ୍ୟ ମିଶନ ଶକ୍ତି ମା ମାନଙ୍କୁ ଯୋଗାଇ ଦିଆଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ଶକ୍ତି ତଥା ଗତି ଯୋଗାଇ ଦେବା ସହିତ ସୁସମନ୍ବୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ମିଶନ ଶକ୍ତି ନାମରେ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘ ମାନେ ଗୋଟିଏ ପ୍ଲାଟଫର୍ମରେ କାମ କରୁଛନ୍ତି । ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୁଡିକ ହେଉଛି – ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ତୃଣମୂଳ ଅନୁଷ୍ଠାନ । ଏହି ମହାସଂଘ ମାନେ ସ୍ବୟଂ ସହାୟକ ଗୋଷ୍ଠୀ ଗୁଡିକୁ ସେମାନଙ୍କ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟା ସହିତ ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଜୀବିକା ଓ ଦକ୍ଷତାର ବିକାଶ ତଥା ସେମାନଙ୍କର ଆନୁଷ୍ଠାନିକ ଦକ୍ଷତା ବିକାଶ ଦିଗରେ ସହାୟକ ଭୂମିକା ଗ୍ରହଣ କରିଆସୁଛି ।

ଏହି ଗ୍ରାମପଞ୍ଚାୟତସ୍ତରୀୟ ମହାସଂଘ ଗୁଡିକୁ ମାଷ୍ଟର ବୁକ୍‌ କିପର, ବ୍ୟାଙ୍କ ମିତ୍ର, କୃଷି ମିତ୍ର, ପ୍ରାଣୀ ମିତ୍ର, Community Resource Person–Community Mobiliser (CRP-CM) ଆଦି ଗୋଷ୍ଠୀ ସହାୟକ କର୍ମଚାରୀମାନେ ସହାୟତା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ସୁଦୃଢ କରିବାରେ ଏହି ସହାୟକ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.