ETV Bharat / city

କମିବ ବର୍ଷାର ପରିମାଣ, ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା - ପାଣିପାଗ କେନ୍ଦ୍ର ସୂଚନା

ଗଭୀର ଅବପାତ ଦୁର୍ବଳ ହୋଇଛି । ଫଳରେ ହାଇ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ଉପରୁ ବିପଦ ଟଳିଛି । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ(moderate to low rainfall expected in odisha) । ଅଧିକ ପଢ଼ନ୍ତୁ

କମିବ ବର୍ଷାର ପରିମାଣ, ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

author img

By

Published : Aug 21, 2022, 7:16 PM IST

ଭୁବନେଶ୍ବର: ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ । ଫଳରେ ରେଡ୍‌ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ଉପରୁ ବିପଦ ଟଳିଛି । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ(moderate to low rainfall expected in odisha) । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

କମିବ ବର୍ଷାର ପରିମାଣ, ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ଛତିଶଗଡ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ତଥା ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର-ପଶ୍ଚିମ ଛତିଶଗଡ ପାର୍ଶ୍ଵବର୍ତ୍ତୀ ଉତ୍ତର -ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ କେନ୍ଦ୍ରୀଭୁତ ହୋଇଛି । ଆଗାମୀ ୨୪ ଘଣ୍ଟା ଯାଏଁ ନିଜ ଗତିର ଦିଗ ବଜାୟ ରଖିବା ସହ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ ।

ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଆସନ୍ତା ୨୪ ତାରିଖରେ ଉପକୂଳ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ ସ୍ଥାନରେ ସର୍ବାଧିକ ୧୪୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।

ଇଚିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.