ଭୁବନେଶ୍ବର: ସୋମବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଜିଲ୍ଲାରେ ଥିବା ମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନସିଂ ମାଧ୍ୟମରେ ଯୋଗ ଦେବେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ ହେବ । ସନ୍ଧ୍ୟା ୫ଟା ୩୦ ମିନିଟରେ ଭିଡିଓ କନଫରେନସିଂ ଜରିଆରେ ବୈଠକ ଅନୁଷ୍ଠିତ ହେବ । ମୋଟ 12ଟି ପ୍ରସ୍ତାବ ଉପରେ ଆଲୋଚନା ହେବ। ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନର ତୃତୀୟ ମହଲାରେ ବସିବେ । ସେହିପରି ଜିଲ୍ଲାରେ ଥିବା ମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନସିଂ ମାଧ୍ୟମରେ ବୈଠକରେ ଯୋଗଦେବେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ