ETV Bharat / city

Weather Update: ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ

ତାତିରୁ ମିଳିବ ତ୍ରାହି । ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ

author img

By

Published : Jun 11, 2022, 8:41 PM IST

Weather Update: ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ
Weather Update: ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ତାତିରୁ ମିଳିବ ତ୍ରାହି । ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ବାୟୁ ପାଇଁ ଓଡ଼ିଶାରେ ପାଗ ଅନୁକୂଳ ରହିଥିବା କହିଛି ବିଭାଗ ।

ଆଗାମୀ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ

ଏବେ ମୌସୁମୀ ବାୟୁ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ଛୁଇଁସାରିଲାଣି । ଯଦି ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଏଁ ତେବେ ସାରା ରାଜ୍ୟରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହେବା ସହ କମିବ ତାପମାତ୍ରା । ଉପକୂଳ ଓଡ଼ିଶାରେ ଗତକାଲିଠାରୁ ପାଗ ବଦଳିଛି ।

ଏହାସହ ଆକାଶ ମେଘାଚ୍ଛନ୍ନ ରହିବା ସହିତ ଗୁଳୁଗୁଳି କମିଛି । କିଛି ଜିଲ୍ଲାରେ ହାଲୁକା ବର୍ଷା ମଧ୍ୟ ହେବା ସହ ନୂଆପଡ଼ା, କଳାହାଣ୍ଡି ଓ ଆଉ ନବରଙ୍ଗପୁରରେ ବିଜୁଳି ଘଡ଼ଘଡି଼ ସହ ବର୍ଷା ହେବ। ଅନ୍ୟପଟେ ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ କାଳବୈଶାଖୀ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.