ETV Bharat / city

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି - ୟେଲୋ ୱାର୍ଣ୍ଣିଂ

ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ । ଅଧିକ ପଢନ୍ତୁ...

ଆସନ୍ତା ୨୪ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

author img

By

Published : Jun 4, 2021, 9:45 PM IST

Updated : Jun 4, 2021, 10:36 PM IST

ଭୁବନେଶ୍ବର: ଜୁନ ୧୧ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ।

ମୌସୁମୀ ଓଡ଼ିଶାରେ ପହଁଞ୍ଚିଲେ ସାରା ରାଜ୍ୟରେ ପ୍ରବଳ ବର୍ଷା ହବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ କେରଳ ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

ସେପଟେ ଦକ୍ଷିଣ ବିହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏସବୁ ପ୍ରଭାବରେ ରାଜ୍ୟରେ ଆସନ୍ତା 5 ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ଓ ବଜ୍ରପାତ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୨ ଜିଲ୍ଲା ନବରଙ୍ଗପୁର, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ରାୟଗଡା, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ବର ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ବଜ୍ରପାତ ସହ ବର୍ଷା ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।

ଭବାନୀପାଟଣାରେ ସର୍ବୋଚ୍ଚ ତାପମାତ୍ରା ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ନନ୍ଦପୁରରେ ୮୨.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Jun 4, 2021, 10:36 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.