ETV Bharat / city

ବନ୍ୟା ପ୍ରବଣ ଅଞ୍ଚଳରେ ନିର୍ମାଣ ହେବ ଅଧିକ ବନ୍ୟାଆଶ୍ରୟସ୍ଥଳୀ: ମୁଖ୍ୟ ଶାସନ ସଚିବ - ନିର୍ମାଣ ହେବ ଅଧିକ ବନ୍ୟାଆଶ୍ରୟସ୍ଥଳୀ

ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ କରିଛି ଓଡ଼ିଶା । ଏହା ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି । ଅଧିକ ପଢନ୍ତୁ

ମୁଖ୍ୟ ଶାସନ ସଚିବ
ମୁଖ୍ୟ ଶାସନ ସଚିବ
author img

By

Published : Sep 21, 2022, 10:39 PM IST

ଭୁବନେଶ୍ବର: ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ କରିଛି ଓଡ଼ିଶା । ଏହା ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି । ବନ୍ୟା ପ୍ରବଣ ଅଞ୍ଚଳରେ ଅଧିକ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ ହେବା ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ବନ୍ୟା ପ୍ରବଣ ଅଞ୍ଚଳରେ ନିର୍ମାଣ ହେବ ଅଧିକ ବନ୍ୟାଆଶ୍ରୟସ୍ଥଳୀ: ମୁଖ୍ୟ ଶାସନ ସଚିବ

ଲୋକସେବା ଭବନରୁ ଭିସି ଜରିଆରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଛନ୍ତି । ଦୃତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଛି । ଏଥି ପାଇଁ ଓଡ଼୍ରାଫ, ଅଗ୍ନିଶ୍ରମ ସେବା ୟୁନିଟ, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ ଗୁଡିକୁ ଅତ୍ୟାଧୂନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ । ସମ୍ଭାବ୍ୟ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ନିମନ୍ତେ ବଡ଼ ବଡ଼ ସହରମାନଙ୍କରେ ଥିବା ଡ୍ରେନ ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ସଠିକ ଭାବେ ସଂଯୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଡ଼୍ରେନ ଉପରୁ ଜବରଦଖଲ ଉଚ୍ଛେଦ, ଡ୍ରେନ ପ୍ରଶସ୍ତିକରଣ ଏବଂ ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ପ୍ରବଣ ଅଞ୍ଚଳମାନଙ୍କରେ ଅଧିକ ବନ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ବରି, ଧାମନଗର, ଗୋପ ଆଦି ବନ୍ୟା ପ୍ରବଣ ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି । ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅବିବୃଦ୍ଧି ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଛି । ଜରୁରୀ ରିଲିଫ, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ମଧ୍ୟ ଉନ୍ନୟନ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ବିପର୍ଯ୍ୟୟ ପରବର୍ତ୍ତୀ ଆବଶ୍ୟକତା ଆକଳନ (ପିଡ଼ିଏନଏ) ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଛି । ଗତ ଅଗଷ୍ଟ ମାସରେ ହୋଇଥିବା ପ୍ରବଳ ବର୍ଷା ଏବଂ ବନ୍ୟାର ପିଡ଼ିଏନଏ କରିବା ପାଇଁ ନିଷ୍ପତ୍ତି ହୋଇଛି । ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନଙ୍କ ବୈଷୟିକ ସହଯୋଗିତାରେ ଏହି ଆକଳନ କରିବା ପାଇଁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି । ମୁଖ୍ୟତଃ ବାସଗୃହ, ଆଶ୍ରୟସ୍ଥଳୀ, ପୁନର୍ବାସ, ପାନୀୟ ଜଳଯୋଗାଣ, ସ୍ୱାସ୍ଥ୍ୟ ସେବା ଓ ଶିକ୍ଷାନୁଷ୍ଠାନ ଆଦି ସର୍ବସାଧାରଣ ସଂପତ୍ତି, ରାସ୍ତା ଓ ପୋଲ ଆଦି ସ୍ଥାନୀୟ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଆବଶ୍ୟକତା ଆଦି ଭିତ୍ତିରେ ଏହି ବିପର୍ଯ୍ୟୟ ପରବର୍ତ୍ତୀ ଆକଳନ କରାଯିବ ।

ଆସନ୍ତା ୧ ମାସ ମଧ୍ୟରେ ଏହି କାମ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ କିମଶନର ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଗ୍ରାମ ଉନ୍ନୟନ ଏବଂ ସୂଚନା ଓ ଲୋକସେବା ସଂପର୍କ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ସୁଶିଲ କୁମାର ଲୋହାନିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.