ETV Bharat / city

ପୌର ନିର୍ବାଚନ ପାଇଁ ଚୂଡାନ୍ତ ପ୍ରସ୍ତୁତି, ପ୍ରଥମ ଥର ହେବ ନୋଟାର ବ୍ୟବହାର - ପୌର ନିର୍ବାଚନକୁ ନେଇ ନିର୍ବାଚନ କମିଶନରଙ୍କ ସୂଚନା

ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ । ଅଧିକ ପଢ଼ନ୍ତୁ

municipality election preparation at end stages says election commissioner
ପୌର ନିର୍ବାଚନ ପାଇଁ ଚୂଡାନ୍ତ ପ୍ରସ୍ତୁତି, ପ୍ରଥମଥର ହେବ ନୋଟାର ବ୍ୟବହାର
author img

By

Published : Feb 21, 2022, 7:53 PM IST

ଭୁବନେଶ୍ବର: ଆଗାମୀ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ । ଏହାସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବ୍ୟବହାର ହେବ । ବାଲାଟ୍‌ ପେପରର ଶେଷରେ ନୋଟା ଚିହ୍ନ ରହିବ ।

ନିର୍ବାଚନ ମୈଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ । ଏହାସହ ଦୃଷ୍ଟିବାଧିତ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ଦୁଇଟି ଲେଖାଏଁ ଇଭିଏମ୍‌ ରହିବ । ସେଥିରୁ ଗୋଟିଏ କର୍ପୋରେଟର ବା କାଉନ୍ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ ବା ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ । କର୍ପୋରେଟର ବା କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପୀ ରଙ୍ଗର ବାଲାଟ୍‌ ପେପର ଓ ଅଧ୍ୟକ୍ଷ ବା ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍‌ ପେପର ବ୍ୟବସ୍ଥା କରାଯିବ ।

ଭୋଟରମାନଙ୍କ ସୁବିଧା ପାଇଁ କର୍ପୋରେଟର ବା କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଥିବା ଇଭିଏମ୍‌ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ ବା ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେ ହଳଦିଆ ରଙ୍ଗର ଗୋଲ୍‌ ଷ୍ଟିକର ଲଗାଯିବ । ଏହାଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମ୍‌ରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବେ । ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିବ ।

ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଅଧ୍ୟକ୍ଷ ବା ମେୟର ପଦବୀ ପାଇଁ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ । ପରେ ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର କାଉନ୍‌ସିଲର ପ୍ରାର୍ଥୀଙ୍କୁ ମତଦାନ କରିବେ । ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲାଟ ପେପର ସୁବିଧା କରାଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ବଛାବଛା ମାଷ୍ଟର ଟ୍ରେନରମାନଙ୍କ ଦୁଇଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ପାଇଁ ସମସ୍ତ ଦିଗରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତ ଥିବା ନିର୍ବାଚନ କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.