ଭୁବନେଶ୍ବର: ୧୯୯୯ ମହାବାତ୍ୟା ସ୍ମରଣରେ ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବା ପାଇଁ ପ୍ରତିବର୍ଷ ଅକ୍ଟୋବର ୨୯ ତାରିଖକୁ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ରୂପେ ପାଳନ କରାଯାଉଛି । ଚଳିତ ଥର ଏହାକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ଠାରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ । ଏଥିସହ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି । ଏହି ଅବସରରେ ଆଲୋଚନା ଚକ୍ର ମଧ୍ୟ ହେବ । ରାଜ୍ୟର ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ଅଧିକ ବାତ୍ୟା ଆଶ୍ରୟ ସ୍ଥଳୀ ମଧ୍ୟ ଖୋଲାଯିବ ବୋଲି ସ୍ଥିର ହୋଇଛି ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ