ETV Bharat / city

ତ୍ୱରିତ ଜମି ଅଧିଗ୍ରହଣ ଉପରେ ACSଙ୍କ ଗୁରୁତ୍ୱ - ଜମି ଅଧିଗ୍ରହଣ ସମ୍ପର୍କିତ ସମୀକ୍ଷା ବୈଠକ

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଜାତୀୟ ରାଜପଥର ଜମି ଅଧିଗ୍ରହଣ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ

ତ୍ୱରିତ ଜମି ଅଧିଗ୍ରହଣ ଉପରେ ACSଙ୍କ ଗୁରୁତ୍ୱ
ତ୍ୱରିତ ଜମି ଅଧିଗ୍ରହଣ ଉପରେ ACSଙ୍କ ଗୁରୁତ୍ୱ
author img

By

Published : Sep 4, 2022, 10:34 AM IST

ଭୁବନେଶ୍ବର: ଭାରତ ସରକାରଙ୍କର ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟରେ ପୂର୍ତ୍ତ ବିଭାଗ ଦ୍ୱାରା କାର୍ଯ୍ୟକ୍ଷମ ହେଉଥିବା ସମସ୍ତ ଜାତୀୟ ରାଜପଥର ଜମି ଅଧିଗ୍ରହଣ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଭାରତ ସରକାରଙ୍କର ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ, ପୂର୍ତ୍ତ ବିଭାଗ, ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ ସମସ୍ତ କ୍ଷେତ୍ରାଧିକାରୀମାନେ ଯୋଗ ଦେଇଛନ୍ତି ।

ଗତ ୩ ମାସ ମଧ୍ୟରେ ବିଭିନ୍ନ ଜାତୀୟ ରାଜପଥ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ୱିତ ହୋଇଥିବାରୁ କେନ୍ଦ୍ର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଗଣ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ରାଜସ୍ୱ ବିଭାଗର ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବୈଠକରେ ସମସ୍ତ ନିର୍ମାଣାଧୀନ ଜାତୀୟ ରାଜପଥ ପ୍ରକଳ୍ପ, ସମସ୍ତ ଅନୁମୋଦିତ ପ୍ରକଳ୍ପ ଓ ଅନ୍ୟାନ୍ୟ ଜାତୀୟ ରାଜପଥ ପ୍ରକଳ୍ପର ତ୍ୱରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହା ବ୍ୟତୀତ ଗତ ତିନି ମାସ ମଧ୍ୟରେ ବହୁ ଦାଖଲ ଖାରଜ ମାମଲା ହୋଇ ରେକର୍ଡ ସଂଶୋଧନ କରାଯାଇ ଜାତୀୟ ରାଜପଥ ପ୍ରାଧିକରଣକୁ ଜମି ହସ୍ତାନ୍ତର କରାଯାଇଛି ।

ସେହିପରି ଜାତୀୟ ରାଜପଥ ୨୬ରେ ନବରଙ୍ଗପୁରରୁ ବୋରିଗୁମ୍ମା ଓ ବରଗଡରୁ ବରପାଲ୍ଲୀ, ଜାତୀୟ ରାଜପଥ ୫୯ରେ ମୁଣ୍ଡମରାଇରୁ ରତନପୁର, ବ୍ରହ୍ମପୁର ବାଇପାସ, ଜାତୀୟ ରାଜପଥ ୪୯ରେ ଝାସରୁଗୁଡ଼ାରୁ ଭୋଜପୁର, ଜାତୀୟ ରାଜପଥ ୧୫୭ରେ ଭଂଜନଗରରୁ ଆସ୍କା, ଜାତୀୟ ରାଜପଥ ୫୭ରେ ନୟାଗଡରୁ ଖୋର୍ଦ୍ଧା ଓ ସୋନପୁରରୁ ମାଧପୁର, ଜାତୀୟ ରାଜପଥ ୨୨୦ରେ ତିରିଙ୍ଗରୁ ରାଇରଙ୍ଗପୁର, ଜାତୀୟ ରାଜପଥ ମାଲକାନଗିରିରୁ ମୋଟୁ ମଧ୍ୟରେ ସମସ୍ତ ଜମି ଅଧିଗ୍ରହଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଜାତୀୟ ରାଜପଥ କାର୍ଯ୍ୟ ଆଗେଇ ଚାଲିଛି ।

ବିଗତ ସମୀକ୍ଷା ବୈଠକ ପରେ ରାଜ୍ୟରେ ଜାତୀୟ ରାଜପଥର ଜମି ଅଧିଗ୍ରହଣ ନିମନ୍ତେ ଜମି ମାଲିକମାନଙ୍କୁ ପାଖାପାଖି ୮୮ କୋଟି ଟଙ୍କା କ୍ଷତିପୂରଣ ବାବଦରେ ଦିଆଯାଇଛି । ସେହିପରି ୧୪ ପ୍ରକଳ୍ପର ହାରାହାରି ୩୦୦ ହେକ୍ଟର ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ୧୩ ଜାତୀୟ ରାଜପଥ ପ୍ରକଳ୍ପର ଆକଳନ ସମାପ୍ତ ହୋଇ ୨୨୫ ହେକ୍ଟର ପାଇଁ ୩୦୯ କୋଟି ଟଙ୍କା ମଞ୍ଜୁର ହୋଇଛି । ବିଭିନ୍ନ କ୍ଷେତ୍ରାଧିକାରୀମାନଙ୍କୁ ଜାତୀୟ ରାଜପଥର ଲଘୁ ଖଣିଜ ସମ୍ପଦର ଆବଶ୍ୟକତା ନିମନ୍ତେ ସାମୟିକ ଭାବେ ଲଘୁ ଖଣିଜ ଉତ୍ସ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାଛଡା ଜାତୀୟ ରାଜପଥ ନିର୍ମାଣ କରୁଥିବା କଣ୍ଟ୍ରାକ୍ଟରମାନଙ୍କୁ ବେଆଇନ ଲଘୁ ଖଣିଜ ସମ୍ପଦ ବ୍ୟବହାର ନ କରିବାକୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହା ବି ପଢନ୍ତୁ... ଓଡିଶା ଦେଖିବ ସୂର୍ଯ୍ୟକିରଣ ସୋ, ଭୁବନେଶ୍ୱର-ପୁରୀରେ ଦମ ଦେଖାଇବ ବାୟୁସେନା

ଜମି ଅଧିଗ୍ରହଣ ସମ୍ପୂର୍ଣ୍ଣ ପରେ ଅଧିକାରୀମାନେ ତୁରନ୍ତ କାମ ଆରମ୍ଭ ଓ ତ୍ୱରାନ୍ୱିତ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ହିତାଧିକାରୀଙ୍କୁ ନିୟମ ଅନୁଯାୟୀ ପ୍ରାପ୍ୟ ବଣ୍ଟନ ପରେ ତତ୍କାଳ ଦାଖଲ ଖାରଜ ଫଇସଲା କରି ଜମି ହସ୍ତାନ୍ତର ଉପରେ ଗୁରୁତ୍ୱାରୋପ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମାସିକ ସମୀକ୍ଷା ବୈଠକ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.