ETV Bharat / city

ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କକୁ ପୁରସ୍କୃତ କରିବେ ସରକାର

author img

By

Published : Dec 22, 2020, 10:28 PM IST

କୋଭିଡ ସଙ୍କଟ ମଧ୍ୟରେ ଅର୍ଥନୀତିର ପୁନରୁଦ୍ଧାରର ଆଶାକୁ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ ଚେଷ୍ଟା ଚାଲିଛି । ଏହି କ୍ରମରେ ରାଜ୍ୟରେ ବ୍ୟାଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ । ଅଧିକ ପଢନ୍ତୁ...

ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କକୁ ପୁରସ୍କୃତ କରିବେ ସରକାର
ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କକୁ ପୁରସ୍କୃତ କରିବେ ସରକାର

ଭୁବନେଶ୍ବର: ଓଡିଶା ଆଜି ସଫଳତାର ସହ କୋଭିଡ ପରିଚାଳନା କରି ସାରା ଦେଶରେ ଉଦାରହଣ ସୃଷ୍ଟି କରିଛି। ଟୀକା ଆସିବାର ସମ୍ଭାବନା ସହିତ ନୂଆବର୍ଷକୁ ଆମେ ନୂଆ ଆଶା ସହିତ ସ୍ବାଗତ କରୁଛୁ । ଏଭଳି ସମୟରେ ଅର୍ଥନୀତିର ପୁନରୁଦ୍ଧାରର ଆଶାକୁ ଆମେ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ ଚାହୁଁଛୁ।

କିନ୍ତୁ ଯଦି ସେମାନଙ୍କର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା ଆମେ ପୂରଣ ନ କରି ପାରୁ, ତେବେ ଆମ ବ୍ୟବସ୍ଥା, ଆମର ସଂସ୍ଥା ମାନଙ୍କର କୌଣସି ମୂଲ୍ୟ ରହିବ ନାହିଁ । ରାଜ୍ୟର ଲକ୍ଷ ଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଓ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗୀଙ୍କର ବର୍ତ୍ତମାନ ଋଣ ହେଉଛି ପ୍ରଥମ ଆବଶ୍ୟକତା। ଋଣ ପାଇଲେ ହିଁ ସେମାନେ ନିଜ ଗୋଡରେ ହିଁ ଠିଆ ହୋଇପାରିବେ ଏବଂ ଆମର ଅର୍ଥନୀତି ମଧ୍ୟ ଗତିଶୀଳ ହୋଇପାରିବ । ଆମେ ସେମାନଙ୍କୁ ପୂର୍ଣ୍ଣ ପ୍ରାଣରେ ସାହାଯ୍ୟ କରିବା ଆବଶ୍ୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, MSMEକୁ ଋଣ ପ୍ରଦାନ ସଂପର୍କରେ ଜିଲ୍ଲାପାଳ ଓ ବ୍ୟାଙ୍କର ମାନଙ୍କ ସହିତ ସମୀକ୍ଷା କରି ଏହି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ସପ୍ତାହ ମଧ୍ୟରେ ଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଥିଲେ ମଧ୍ୟ ଋଣ ଚାହୁଁଥିବା ପ୍ରତ୍ୟେକ ନାଗରିକର ଆବଶ୍ୟକତା ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରା ଅବ୍ୟାହତ ରହିବା ଜରୁରୀ। ଚାଷୀମାନଙ୍କ ସମସ୍ୟା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତିବର୍ଷ ଅନିୟମିତ ପାଣିପାଗର କଷ୍ଟ ସହୁଥିବା ଚାଷୀମାନଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ଋଣ ପ୍ରଦାନ କରି ସେମାନଙ୍କୁ ସାହାଯ୍ୟ କରିପାରିବା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଧିକାଂଶ ଜିଲ୍ଲାରେ ଚାଷୀମାନଙ୍କୁ ଋଣପ୍ରଦାନ କ୍ଷେତ୍ରରେ ଭଲ ଅଗ୍ରଗତି ହୋଇଛି । ସୁନ୍ଦରଗଡ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ଚାଷୀମାନଙ୍କୁ ଋଣପ୍ରଦାନ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଛନ୍ତି । ମାଲକାନଗିରି, ଢେଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାକୁ ଏ କ୍ଷେତ୍ରରେ ଅଧିକ ଉନ୍ନତି ଆଣିବା ପାଇଁ ପରାମର୍ଶ ଦେଇଛନ୍ତି । ସେହିପରି ରାଜ୍ୟ ସମବାୟ ବ୍ୟାଙ୍କ, କାନାରା ବ୍ୟାଙ୍କ ଓ ବନ୍ଧନ ବ୍ୟାଙ୍କ ଋଣ ପ୍ରଦାନରେ ଭଲ ପ୍ରଦର୍ଶନ କରିଥିବାରୁ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କକୁ ଏ କ୍ଷେତ୍ରରେ ଆହୁରି ଭଲ ପ୍ରଦର୍ଶନ ପାଇଁ ପରାମର୍ଶ ଦେଇଛନ୍ତି । ମିଶନ ଶକ୍ତି ଗୋଷ୍ଠୀ ମାନଙ୍କୁ ଋଣ ପ୍ରଦାନ ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି କି, ସମ୍ବଲପୁର, କନ୍ଧମାଳ, ନୂଆପଡା ଓ ବାଲେଶ୍ବର ଜିଲ୍ଲା ଏ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଛନ୍ତି । ଯାଜପୁର, ମୟୁରଭଞ୍ଜ, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଉନ୍ନତି ଆଣିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ସେହିପରି ବ୍ୟାଙ୍କ ମାନଙ୍କ କ୍ଷେତ୍ରରେ ଗ୍ରାମ୍ୟ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, କାନାରା ବ୍ୟାଙ୍କ ଓ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରକାଶ କରି ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆ, ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ ଆଦି ଅଧିକ ଋଣ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସଂସ୍ଥା ଗୁଡିକ ରାଜ୍ୟ ଅର୍ଥନୀତିର ମେରୁଦଣ୍ଡ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏମାନଙ୍କୁ ଋଣ ପ୍ରଦାନର ଧାରା ସନ୍ତୋଷଜନକ ରହିଛି ବୋଲି ଦର୍ଶାଇଛନ୍ତି । ନୟାଗଡ, ଯାଜପୁର ଆଦି ଜିଲ୍ଲା ସେମାନଙ୍କର ଲକ୍ଷ୍ୟ ଠାରୁ ଅଧିକ ଉନ୍ନତ ପ୍ରଦର୍ଶନ କରିଛନ୍ତି । ଗଜପତି, ଦେବଗଡ ଓ ନୂଆପଡା ଆଦି ଜିଲ୍ଲା ଗୁଡିକର ପ୍ରଦର୍ଶନରେ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି । ସେହିପରି ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆ ଓ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ତାଙ୍କର ବାର୍ଷିକ ଋଣପ୍ରଦାନ ଲକ୍ଷ୍ୟ ଠାରୁ ଅଧିକ ଋଣ ପ୍ରଦାନ କରିଛନ୍ତି ବୋଲି ସେ କହିଛନ୍ତି। ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବର୍ତ୍ତମାନ ସୁଦ୍ଧା MSME କ୍ଷେତ୍ରକୁ ସର୍ବାଧିକ ୭୨୫୦ କୋଟି ଟଙ୍କା ପ୍ରଦାନ କରିଛି । ତେବେ ବ୍ୟାଙ୍କ ଅଫ ବରୋଦା, ଇଣ୍ଡିଆନ ବ୍ୟାଙ୍କ ଓ ଆକ୍ସିସ ବ୍ୟାଙ୍କ ଏ କ୍ଷେତ୍ରରେ ଅଧିକ ଉନ୍ନତି କରିବାର ଆବଶ୍ୟକତା ରହିଛି । ଚଳିତ ଆର୍ଥକ ବର୍ଷର ଶେଷ ତିନିମାସ ମଧ୍ୟରେ ସବୁ ଜିଲ୍ଲା ଓ ବ୍ୟାଙ୍କ ମାନେ ବର୍ଷ ଶେଷ ସୁଦ୍ଧା ସେମାନଙ୍କର ଋଣ ପ୍ରଦାନର ଲକ୍ଷ୍ୟ ପୂରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଆଗାମୀ ଫେବୃଆରୀ ୨୬ ତାରିଖରେ ଏ ସଂପର୍କରେ ସେ ଆଉ ଥରେ ସମୀକ୍ଷା କରିବେ ବୋଲି କହିଛନ୍ତି। ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ମାନଙ୍କ ସଂପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅବଗତ କରାଯିବ ବୋଲି ପ୍ରକାଶ କରି ସେମାନଙ୍କୁ ଚଳିତ ଆର୍ଥିକ ବର୍ଷ ଶେଷରେ ପୁରସ୍କୃତ ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ବୈଠକରେ ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ କୃଷି, ମହିଳା ଓ MSME କ୍ଷେତ୍ରରେ ବ୍ୟାପକ ଅର୍ଥନୈତିକ କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି । ଏହି ତିନୋଟି ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରକୁ ପର୍ଯ୍ୟାପ୍ତ ପରିମାଣରେ ଋଣ ପ୍ରଦାନ କରାଯିବା ଉଚିତ ବୋଲି ସେ ମତ ଦେଇଛନ୍ତି । କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗର ସଚିବ ଆର୍‌. ରଘୁପ୍ରସାଦ ଋଣପ୍ରଦାନ କ୍ଷେତ୍ରରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି କହିଛନ୍ତି । କୃଷି ଓ ପଶୁପାଳନରେ କିଶାନ କ୍ରେଡିଟ କାର୍ଡ ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟାଗ ଯୋଜନାକୁ ଋଣପ୍ରଦାନ କ୍ଷେତ୍ରରେ ବ୍ୟାଙ୍କ ମାନେ ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଛି । MSME ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି କି ବର୍ତ୍ତମାନ ସୁଦ୍ଧା ୬୩ ପ୍ରତିଶତ ଋଣପ୍ରଦାନ ଲକ୍ଷ୍ୟ ହାସଲ ହୋଇସାରିଛି । ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ଲକ୍ଷ୍ୟ ପୂରଣ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି । ମିଶନ ଶକ୍ତି ସଂପର୍କରେ ସୂଚନା ଦେଇ ବିଭାଗର କମିଶନର ତଥା ନିର୍ଦ୍ଦେଶକ ସୁଜାତା କାର୍ତ୍ତିକେୟ କହିଛନ୍ତି କି, ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀକୁ ହାରାହାରୀ ଭାବେ ଅତିକମ୍‌ରେ ୨ ଲକ୍ଷ ଟଙ୍କା ଋଣ ଦେବା ଆବଶ୍ୟକ । ବ୍ୟାଙ୍କ ମାନେ ଋଣପ୍ରଦାନ ଆବେଦନକୁ ପକାଇ ନ ରଖି ତୁରନ୍ତ ଫଇସଲା କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ବ୍ୟାଙ୍କମାନଙ୍କ ପଦାଧିକାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଅର୍ଥ ବିଭାଗ ପ୍ରମୁଖ ସଚିବ ଆଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.