ETV Bharat / city

ପୌର ଓ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେଲେ ନବୀନ, ବିକାଶ କାର୍ଯ୍ୟ ଆଗେଇ ନେବାକୁ ପରାମର୍ଶ - ପୌର ଓ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୌର ଓ ପଞ୍ଚାୟତର ନବ ନିର୍ବାଚିତ ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନରେ ବିଜୟ ପାଇଁ ସମସ୍ତ ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଅଧିକ ପଢନ୍ତୁ

ନବୀନ
ନବୀନ
author img

By

Published : Apr 22, 2022, 10:21 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୌର ଓ ପଞ୍ଚାୟତର ନବ ନିର୍ବାଚିତ ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ନବ ନିର୍ବାଚିତ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନରେ ବିଜୟ ପାଇଁ ସମସ୍ତ ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

ସମସ୍ତ ପ୍ରତିନିଧି ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.