ଭୁବନେଶ୍ବର: ରାଜ୍ୟର ସବୁ ସରପଞ୍ଚଙ୍କ ସହିତ ବୁଧବାର କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-19 ମୁକାବିଲା ନେଇ ସମସ୍ତଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ।
ଏହି ଆଲୋଚନାରେ ରାଜ୍ୟର 6798 ପଞ୍ଚାୟତ ପ୍ରତିନିଧି ଉପସ୍ଥିତ ରହିବେ। ପୂର୍ବରୁ କୋରୋନା ମୁକାବିଲା ପାଇଁ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଛନ୍ତି ନବୀନ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ