ଭୁବନେଶ୍ବର: ସନ୍ଧ୍ୟାରେ ଲିଙ୍ଗରାଜ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳ ବୁଲି ଏକାମ୍ର କ୍ଷେତ୍ର ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନଙ୍କୁ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା ।
ଲିଙ୍ଗରାଜ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ । ଓଡ଼ିଆରେ ସେବାୟତଙ୍କ ସହ ଅନେକ ବିଷୟରେ ପଚାରି ବିଝିଥିଲେ । ସେବାୟତ ନବୀନଙ୍କ ଦୀର୍ଘାୟୁ କାମନା କରିଥିଲେ । ଏବଂ ଟେମ୍ପଲ ଆକ୍ଟ ନେଇ ଦାବି ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଆପଣଙ୍କ ଦାବି ଜରୁର ପୁରଣ କରିବି ।
ସୂଚନା ଥାଉକି ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ