ETV Bharat / city

ବିଧାନସଭାରେ ଶିଳ୍ପମନ୍ତ୍ରୀଙ୍କ ସୂଚନା, ଶିଳ୍ପାନୁଷ୍ଠାନରେ ଦେଢଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟ

ଶିଳ୍ପାନୁଷ୍ଠାନରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବିଧାନସଭା ମୌସୁମୀ ଅଧିବେଶନରେ କହିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାବ ଦେବ । ଅଧିକ ପଢନ୍ତୁ

author img

By

Published : Jul 22, 2022, 2:59 PM IST

ଶିଳ୍ପାନୁଷ୍ଠାନରେ 1 ଲକ୍ଷ 462 ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟ

ଭୁବନେଶ୍ବର: ଶିଳ୍ପାନୁଷ୍ଠାନରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ଜରିଆରେ ମଧ୍ୟ ଶିଳ୍ପ ସଂସ୍ଥାକୁ ଅନୁମୋଦନ କରାଯାଉଛି । ପ୍ରଶ୍ନକାଳରେ ବିଭିନ୍ନ ବିଧାୟକଙ୍କ ପ୍ରଶ୍ନର ଜବାବରେ ଏହା କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ । ମନ୍ତ୍ରୀ କହିଛନ୍ତି ଯେ, "ରାଜ୍ୟରେ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ଜରିଆରେ ବୃହତ୍ତ ପ୍ରକଳ୍ପ ସ୍ଥାପନ ପାଇଁ ଗତ ଦୁଇ ବର୍ଷ ମଧ୍ୟରେ ୧୮୬ଟି ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

୨୦୨୦ ଜୁନ ଠାରୁ ବର୍ତ୍ତମାନ ସୁଦ୍ଧା ୧୧ଟି ବୃହତ ପ୍ରକଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି । ୪ ହଜାର ୬୦୬ କୋଟି ଟଙ୍କାର ପୁଞ୍ଜି ନିବେଶରେ ୬ ହଜାର ୫୫୭ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି ।" ସମୁଦାୟ ଶିଳ୍ପାନୁଷ୍ଠାନରେ ୧ ଲକ୍ଷ ୬୫ ହଜାର ୪୬୨ଟି ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ବିଧାନସଭାର ପ୍ରଶ୍ନ କାଳରେ ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ।

ସ୍ଥାନୀୟ ନିଯୁକ୍ତି କ୍ଷେତ୍ରରେ ଶିଳ୍ପାନୁଷ୍ଠାନ ଗୁଡ଼ିକର ପାତରଅନ୍ତର ନୀତିକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ । ଉତ୍ତରରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି ଯେ, "ଏସଏଲସିୟୁ କ୍ଲିଅରାନ୍ସ ହେବା ପରେ ସମ୍ପୃକ୍ତ ଶିଳ୍ପାନୁଷ୍ଠାନ ଗୁଡ଼ିକ ସହ ଏମଓୟୁ ସ୍ବାକ୍ଷର ହୋଇଥାଏ । ଏଥିରେ ସ୍ଥାନୀୟ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଯଦି କୌଣସି ସ୍ଥାନରେ ଏହାର ବ୍ୟତିକ୍ରମ ଘଟୁଛି ନିର୍ଦ୍ଦିଷ୍ଟ ଅଭିଯୋଗ ଆଣିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.