ETV Bharat / city

ଦେବଭୂମିରେ NEP ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତ୍ତରାଖଣ୍ଡରେ ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି) କ୍ରିୟାନ୍ବୟନର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଦେବଭୂମିରେ ଏନଇପି କ୍ରିୟାନ୍ବୟନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

author img

By

Published : Oct 17, 2022, 8:35 AM IST

Updated : Oct 17, 2022, 9:05 AM IST

ଡେରାଡୁନ: ଜାତୀୟ ଶିକ୍ଷା ନୀତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ କରିବ । ଶିକ୍ଷା ବ୍ୟବସ୍ଥାକୁ ନୂଆ ରୂପ ଦେବା ତଥା ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନରେ ପଥ ପରିଷ୍କାର କରିବା ପାଇଁ ରବିବାର ଉତ୍ତରାଖଣ୍ଡରେ ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି) କ୍ରିୟାନ୍ବୟନର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • उत्तराखंड प्रवास के दौरान हरिद्वार में योगऋषि बाबा @yogrishiramdev जी एवं आचार्य बालकृष्ण जी के साथ पतंजलि योगपीठ @PYPTUK आचार्यकुलम के 10वें वार्षिकोत्सव में सम्मिलित होने का सौभाग्य मिला।

    पतंजलि योगपीठ ने 21वीं सदी में योग के माध्यम से विश्व में भारत की एक नई पहचान बनाई है। pic.twitter.com/CtvOWB59DH

    — Dharmendra Pradhan (@dpradhanbjp) October 16, 2022 " class="align-text-top noRightClick twitterSection" data=" ">

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଜାତୀୟ ଶିକ୍ଷା ନୀତି ହେଉଛି ଦାର୍ଶନିକ ଦସ୍ତାବିଜ, ଯାହା ଜ୍ଞାନ ଆଧାରିତ ଅର୍ଥନୀତି ଓ ସମାଜ ଗଠନ ଦିଗରେ ସହାୟକ ହେବ। ଦେବଭୂମି ଓ ଜ୍ଞାନଭୂମି ଉତ୍ତରାଖଣ୍ଡ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରିବା ଖୁସିର ବିଷୟ । ନୂଆ ଶିକ୍ଷା ନୀତି ଆଧାରରେ ପିଲାଙ୍କୁ ୩ ବର୍ଷରୁ ୬ ବର୍ଷ ପର୍ଯ୍ୟନ୍ତ ମୌଳିକ ଶିକ୍ଷା ପ୍ରଦାନ କରାଯିବ । ଖେଳ ଶିକ୍ଷାକୁ ପ୍ରାଥମିକତା ଦିଆଯିବ । ଏହି ତିନି ବର୍ଷର ଅବଧିକୁ ଶିକ୍ଷା ନୀତିରେ ବାଲବାଟିକା ଭାବରେ ଗ୍ରହଣ କରାଯାଇଛି । ପ୍ରଥମ ଥର ପାଇଁ ବାଲବାଟିକାକୁ ସ୍କୁଲ ବ୍ୟବସ୍ଥାରେ ଅନ୍ତର୍ଭୃକ୍ତ କରାଯାଇଛି । ଏହିପରି ଏକ ବ୍ୟବସ୍ଥାକୁ ଲାଗୁ କରିବାରେ ଦେଶର ପ୍ରଥମ ରାଜ୍ୟ ହେଉଛି ଉତ୍ତରାଖଣ୍ଡ । ନୂଆ ଶିକ୍ଷା ନୀତି ୩ରୁ ୨୩ ବର୍ଷ ପର୍ଯ୍ୟନ୍ତ ବ୍ୟକ୍ତିର ଜ୍ଞାନ, ଗୁଣାତ୍ମକ ଶିକ୍ଷା, କୌଶଳ ସହ କ୍ଷମତା ବଢ଼ାଇବାରେ ସହଯୋଗୀ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହା ବି ପଢନ୍ତୁ...Congress President Poll: ଆଜି ଭୋଟିଂ, 24 ବର୍ଷ ପରେ ଦଳକୁ ମିଳିବ ଅଣଗାନ୍ଧୀ ନେତୃତ୍ବ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହୁରି କହିଛନ୍ତି, ବିଶ୍ବ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି । ଆମେ ଶିଳ୍ପ ବିପ୍ଳବ ୪.୦ର ମଧ୍ୟ ଭାଗରେ ଅଛୁ । ପ୍ରଯୁକ୍ତିବିଦ୍ୟା କ୍ରମାଗତ ଭାବରେ ଶିକ୍ଷାର ଦୃଶ୍ୟପଟ୍ଟକୁ ପରିବର୍ତ୍ତନ କରୁଛି । ଶିକ୍ଷା ଏବଂ ଡିଜିଟାଲ ବିଶ୍ବବିଦ୍ୟାଳୟ ପାଇଁ ଭାରତ ସରକାର ୨୬୦ ଟିଭି ଚ୍ୟାନେଲ ଆଣୁଛନ୍ତି । ଉତ୍ତରାଖଣ୍ଡ ଯୁବବର୍ଗ ଆଗାମୀ ଦିନର ଭବଷ୍ୟତର ଆହ୍ବାନକୁ ସାମ୍ନା କରିବା ପାଇଁ ସମର୍ଥ । ଆଜିର ଶୁଭାରମ୍ଭ ଏ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ଗଙ୍ଗୋତ୍ରି ଠାରୁ ଆରମ୍ଭ କରି ସୌରଜଗତ ଏବଂ ବିଶ୍ବକୁ ଆମର ଯୁବପିଢିଙ୍କୁ ଅନ୍ବେଷଣ କରିବାକୁ ହେବ । ଆମ ଶିକ୍ଷା ବ୍ୟବସ୍ଥା ପରିବର୍ତ୍ତନ ହେବା ସହ ଯୁବପିଢ଼ିଙ୍କ ଆକାଂକ୍ଷାକୁ ପୂରଣ କରିବ । ଉତ୍ତରାଖଣ୍ଡର ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀଙ୍କ ପାଇଁ ଡିଜିଟାଲ ଇକୋସିଷ୍ଟମ ବିକଶିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ବାନ କରିଛନ୍ତି ।

ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଚାର୍ଯ୍ୟ କୁଲମ ବାର୍ଷିକ ସମାରୋହରେ ଯୋଗ ଦେଇଥିଲେ । ଏହା ସହ ଉତ୍ତରାଖଣ୍ଡ ଶିକ୍ଷାମନ୍ତ୍ରୀଙ୍କ ସହ ରାନିପୁରସ୍ଥିତ ହରିଦ୍ବାର ରାଜକୀୟ ଇଣ୍ଟର କଲେଜ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହିତ କଥା ହୋଇଥିଲେ।

Last Updated : Oct 17, 2022, 9:05 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.