ETV Bharat / city

New Academic year: ଖରାଛୁଟି ସରିବା ପରେ ହେବ ଆରମ୍ଭ

author img

By

Published : Jun 11, 2022, 3:35 PM IST

Updated : Jun 11, 2022, 3:43 PM IST

ରାଜ୍ୟରେ ଖରାଛୁଟି ଶେଷ ହେବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ ବୋଲି ଜଣାପଡିଛି । ଅଧିକ ପଢନ୍ତୁ

New Academic year: ଖରାଛୁଟି ସରିବା ପରେ ହେବ ଆରମ୍ଭ
New Academic year: ଖରାଛୁଟି ସରିବା ପରେ ହେବ ଆରମ୍ଭ

ଭୁବନେଶ୍ବର: ରାଜ୍ୟରେ ଖରାଛୁଟି ସରିବା ପରେ ବିଦ୍ୟାଳୟମାନଙ୍କରେ କିଭଳି ଭାବରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ( OSEPA) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ତେବେ ଖରା ଛୁଟି ପରେ ନୂଆ ଶିକ୍ଷା କ୍ୟାଲେଣ୍ଡର ଆରମ୍ଭ ହେବ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଅସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି ।

ଖରାଛୁଟି ସରିବା ପରେ ହେବ ଆରମ୍ଭ

ରାଜ୍ୟରେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ନିଆଯାଉଛି ପଦକ୍ଷେପ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧା ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ।

ଏହା ସହ ଯେଉଁ ଛାତ୍ରଛାତ୍ରୀ କ୍ଳାସରେ ଖରାପ ପ୍ରଦର୍ଶନ କରୁଛନ୍ତି ସେମାନଙ୍କ ଉପରେ ସ୍ଵତନ୍ତ୍ର ଭାବରେ ଧ୍ୟାନ ଦିଆଯିବ। କୋରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା, ସମୟ ସାରଣୀ ପ୍ରତି କ୍ଳାସ ରୁମରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ।

ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ। ଶିକ୍ଷକମାନେ ପାଠପଢାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ। ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ ।

ଶିକ୍ଷକ, ଶିକ୍ଷୟିତ୍ରୀ ଠିକ୍ ଭାବେ ପାଠ ପଢାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ବତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍‌ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 11, 2022, 3:43 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.