ETV Bharat / city

ପୁରୀ ଢାଞ୍ଚାରେ ହେବ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ପରିବର୍ତ୍ତନ - ଆଇନ ବିଭାଗର

ବାରମ୍ବାର ପ୍ରଭୁ ଲିଙ୍ଗରାଜଙ୍କୁ ଉପବାସ ରଖିବା ପରେ ଚେତିଛି ଆଇନ ବିଭାଗ । ଶ୍ରୀମନ୍ଦିର ପରିଚାଳନା ଢାଞ୍ଚାରେ ପରିଚାଳିତ ହେବ ଲିଙ୍ଗରାଜ ମନ୍ଦିର । ଏନେଇ ଚାଲିଛି ପ୍ରସ୍ତୁତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Sep 10, 2019, 10:33 PM IST

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆଇନ ଖୁବ ଶୀଘ୍ର ପ୍ରଣୟନ କରାଯିବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି ଆଇନ ପ୍ରଣୟନର ଆବଶ୍ୟକତା ରହିଛି । ଏହି ବୈଠକରେ ବିଜ୍ଞାନ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଆଇନ ମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଥିଲେ।

ନିଷ୍ପତ୍ତି ଅନୁସାରେ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା ପାଇଁ ଆଇନ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନ ବିଭାଗକୁ ଦେବୋତ୍ତର କମିଶନରଙ୍କ ମାଧ୍ୟମରେ ପ୍ରସ୍ତାବ ଦେବେ । ମନ୍ଦିର ଆଇନ ସମ୍ବନ୍ଧରେ ଅଭିଜ୍ଞତା ରହିଥିବା ଆଇନିଜ୍ଞଙ୍କୁ ସମ୍ପୃକ୍ତ କରି ଏକ କମିଟି ଗଠନ କରିବା ପାଇଁ ମନ୍ତ୍ରୀ ଶ୍ରୀ ପଣ୍ଡା ବୈଠକରେ ପରାମର୍ଶ ଦେଇଥିଲେ । ମନ୍ଦିର ଚତୁଃପାର୍ଶ୍ବରୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ୱ ବିଭାଗ ଦ୍ବାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପ୍ଲେକ୍ସ ସମ୍ବନ୍ଧିତ ସମସ୍ୟାର ସମାଧାନ କରିବା ପାଇଁ ଆବଶ୍ୟକୀୟ ଯୋଜନା ପ୍ରସ୍ତୁତ ହୋଇଥିବା ଜଣାପଡିଛି।

ସେହିପରି ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସମ୍ପୂର୍ଣ୍ଣ ପୁନଃର୍ଗଠନ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଦେବତ୍ତୋର ବିଭାଗ ଦ୍ବାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଏହି ବୈଠକରେ ବିଧାୟକ ବଦ୍ରୀ ନାରାୟଣ ପାତ୍ର, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ରାଜ୍ୟ ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଶଶୀକାନ୍ତ ମିଶ୍ର, ଦେବୋତ୍ତର କମିଶନର ଚିତ୍ତରଞ୍ଜନ ମହାପାତ୍ର, ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆକଟ ଖୁବ୍‌ ଶୀଘ୍ର ପ୍ରଣୟନ କରାଯିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତି । ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଜେନା ଉପରୋକ୍ତ ମର୍ମରେ ଏହା କହିଛନ୍ତି । ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି ଆକଟ ପ୍ରଣୟନର ଆବଶ୍ୟକତା ରହିଛି ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବୈଠକରେ ମତ ଦେଇଥିଲେ । ଏଥି ସହ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା, ଆକଟ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନ ବିଭାଗକୁ ଦେବୋତ୍ତର କମିଶନଙ୍କ ମାଧ୍ୟମରେ ପ୍ରସ୍ତାବ ଦେବେ ।ମନ୍ଦିର ଆକଟ ସମ୍ବନ୍ଧରେ ଯଥେଷ୍ଟ ଅଭିଜ୍ଞତା ରହିଥିବା ଆଇନଜ୍ଞମାନଙ୍କୁ ସଂପୃକ୍ତ କରି ଏକ କମିଟି ଗଠନ କରିବା ଉପରେ ମନ୍ତ୍ରୀ ଶ୍ରୀ ପଣ୍ଡା ପରାମର୍ଶ ଦେଇଥିଲେ । ମନ୍ଦିର ଚତୁଃପାଶ୍ୱର୍ରୁ ଜବରଦଖଲ ଉଚ୍ଛେଦ, ପୁରାତତ୍ତ୍ୱ ବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପ୍ଲେକ୍ସ ସମ୍ବନ୍ଧିତ ସମସ୍ୟାର ସମାଧାନ, ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖର ବିକାଶ ଓ ଦେବୀ ପାଦହରା ପୁଷ୍କରିଣୀର ଉନ୍ନୟନ ପାଇଁ ସବିଶେଷ ପ୍ରକଳ୍ପ ବିବରଣୀ ପ୍ରସ୍ତୁତ ହୋଇସାରିଥିବା କଥା ବୈଠକରେ ଆଲୋଚିତ ହୋଇଥିଲା । ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସଂପୂର୍ଣ୍ଣ ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସଂପର୍କରେ ଦେବୋତ୍ତର ବିଭାଗ ଦ୍ୱାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏହି ବୈଠକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ବଦି୍ରନାରାୟଣ ପାତ୍ର, ରେମୁଣା ବିଧାୟକ ଶ୍ରୀ ସୁଧାଂଶୁ ଶେଖର ପରିଡ଼ା, ରାଜ୍ୟ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶଶୀକାନ୍ତ ମିଶ୍ର, ଦେବୋତ୍ତର କମିଶନର ଶ୍ରୀ ଚିତ୍ତରଞ୍ଜନ ମହାପାତ୍ର, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅରୁଣ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।Body:ହହConclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.