ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ପାଟଣାଗଡ ଓ କୁଚିଣ୍ଡାରେ ଖୋଲିବ ନୂଆ ସରକାରୀ ITI - କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଆଇଟିଆଇ

ଯୁବ ବର୍ଗଙ୍କ ଦକ୍ଷତା ବୃଦ୍ଧିକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର । ପର୍ଯ୍ୟାୟ କ୍ରମେ ନିର୍ମାଣ ହେଉଛି ତାଲିମ ଅନୁଷ୍ଠାନ । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Etv Bମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ପାଟଣାଗଡ ଓ କୁଚିଣ୍ଡାରେ ଖୋଲିବ ନୂଆ ସରକାରୀ ITIharat
Etv Bhମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ପାଟଣାଗଡ ଓ କୁଚିଣ୍ଡାରେ ଖୋଲିବ ନୂଆ ସରକାରୀ ITIarat
author img

By

Published : Aug 3, 2022, 7:47 PM IST

ଭୁବନେଶ୍ବର: ଯୁବ ବର୍ଗଙ୍କ ଦକ୍ଷତା ବୃଦ୍ଧିକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର । ପର୍ଯ୍ୟାୟ କ୍ରମେ ନିର୍ମାଣ ହେଉଛି ତାଲିମ ଅନୁଷ୍ଠାନ । ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ବାରା ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବ ସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ ।

ସେହିପରି ବଲାଙ୍ଗୀରର ପାଟଣାଗଡରେ ପ୍ରତିଷ୍ଠିତ ITIରେ ମଧ୍ୟ ୪ ଟି ଟ୍ରେଡରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକର ଯୁବକ ଯୁବତୀମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ । ରାଜ୍ୟର ୩୧୪ଟି ବ୍ଲକ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି ।

ସେହିଭଳି ୫୮ଟି ସବଡିଭିଜନ ମଧ୍ୟରୁ ୪୮ ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ । Skilled in Odisha କାର୍ଯ୍ୟକ୍ରମ ଜରିଆରେ ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି । ଭୁବନେଶ୍ବରରେ ପ୍ରତିଷ୍ଠିତ World Skill Centre ଯୁବ ସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.