ETV Bharat / city

MCRL ରେଳ କରିଡର ଜରିଆରେ ଦୃତ ହେବ ତାଳଚେରରୁ କୋଇଲା ପରିବହନ - ଭିଡ଼ମୁକ୍ତ ରେଳ ନେଟୱାର୍କ ହେବ

ଏଣିକି ଭିଡ଼ମୁକ୍ତ ରେଳ ନେଟୱାର୍କ ହେବ । ଆଉ ରହିବନି ସମସ୍ୟା କୋଇଲା ପରିବହନ ରେଳର । ତିଆରି ହୋଇଛି ଏମସିଆରଏଲ ପକ୍ଷରୁ ରେଳ କରିଡର । ଅଧିକ ପଢ଼ନ୍ତୁ

ଏମସିଆରଏଲ କରିଡର ଜରିଆରେ ଅବାଧ ହେବ ତାଳଚେରରୁ କୋଇଲା ପରିବହନ

author img

By

Published : Jul 12, 2022, 6:52 AM IST

ଭୁବନେଶ୍ବର : ତାଳଚେଳ କୋଇଲା କ୍ଷେତ୍ରରୁ ଦ୍ରୁତ କୋଇଲା ପରିବହନ ପାଇଁ ମହାନଦୀ କୋଇଲା ରେଳବାଇ ଲିଃ (MCRL) ଅଧୀନରେ ରେଳ କରିଡର ନିର୍ମାଣ କରାଯାଉଛି । ତାଳଚେର କୋଇଲା କ୍ଷେତ୍ରରୁ କୋଇଲା ପରିବହନ କ୍ଷେତ୍ରରେ MCRLର ରେଳ କରିଡର ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ଏହି ରେଳ କରିଡର ଧାମରା ଏବଂ ପାରାଦ୍ବୀପ ବନ୍ଦରକୁ ଦୃତ ଗତିରେ ଅଧିକ ସଂଖ୍ୟାରେ କୋଇଲା ରେକ୍‌ ପରିବହନ ପାଇଁ ଆବଶ୍ୟକ ସୁବିଧା ଯୋଗାଇବ ।

ଭିଡ଼ମୁକ୍ତ ରେଳ ନେଟୱର୍କ ପ୍ରତିଷ୍ଠା ହେବା ଫଳରେ କୋଇଲା ପରିବହନ ବାବଦ ଖର୍ଚ୍ଚ ମଧ୍ୟ ହ୍ରାସ ପାଇବ । ଅନ୍ୟପଟେ ବନ୍ଦର ନିକଟରେ ସହଜରେ କୋଇଲା ପହଞ୍ଚିବା ଫଳରେ ଜାହାଜ ଯୋଗେ ଦେଶର ଦକ୍ଷିଣ ଏବଂ ପଶ୍ଚିମ କ୍ଷେତ୍ରକୁ ସହଜରେ କୋଇଲା ପଠାଇବା ସମ୍ଭବ ହୋଇପାରିବ ।

ସାମୁଦ୍ରିକ ମାର୍ଗରେ କୋଇଲା ପରିବହନ ରେଳ ନେଟୱର୍କରେ ପରିବହନ ତୁଳନାରେ ଅପେକ୍ଷାକୃତ ଶସ୍ତା ବିକଳ୍ପ ହେବ । ତାଳଚେର କୋଇଲା କ୍ଷେତ୍ରରୁ ପ୍ରଭାବୀ କୋଇଲା ପରିବହନ ପାଇଁ MCRL ଅଧୀନରେ ପର୍ଯ୍ୟାୟକ୍ରମେ ରେଳ ଲାଇନ ନିର୍ମାଣ କରାଯାଉଛି । ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଅଧୀନରେ ଉଚ୍ଚ ପ୍ରଭାବଯୁକ୍ତ ପ୍ରକଳ୍ପ ଅଧୀନରେ ଏମସିଆରଏଲ ପର୍ଯ୍ୟାୟ ୧ ଏବଂ ପର୍ଯ୍ୟାୟ ୨ ପ୍ରକଳ୍ପ ନିର୍ମାଣ ପାଇଁ କୋଇଲା ମନ୍ତ୍ରଣାଳୟ ପୂର୍ବରୁ ସ୍ଥାନ ଚିହ୍ନଟ କରିସାରିଛି ।

ଅନୁଗୋଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଇ MCRL ଅଧୀନରେ ରେଳ ଲାଇନ ନିର୍ମାଣ କରାଯାଉଛି । ଭାରତୀୟ ରେଳ ନେଟୱର୍କର ଅନୁଗୋଳ ଏବଂ ଜରପଡ଼ା ଷ୍ଟେସନ ଏହି ପ୍ରକଳ୍ପ ଅଧୀନରେ ଆସୁଛି । ଅନ୍ୟପଟେ MCLର ତାଳଚେର-ବଳରାମ ଘରୋଇ ସାଇଡିଂ ଅଧୀନରେ ବଳରାମ ଷ୍ଟେସନକୁ ବର୍ତ୍ତମାନର ଲୋଡିଂ ଷ୍ଟେସନ ଭାବେ ସାମିଲ କରାଯାଇଛି ।

ଚଳିତ ବର୍ଷ ସୁଦ୍ଧା MCRL ପର୍ଯ୍ୟାୟ -୧ (ଅନୁଗୁଳ-ବଳରାମ) ୧୪ କିମି ଲମ୍ବ ରେଳ ଲାଇନ କାର୍ଯ୍ୟକ୍ଷମ ହେବ । ତାଳଚେର କୋଇଲା ଖଣିରେ ଥିବା MCLର ଖଣିରୁ ଏହି ରେଳ ଲାଇନ ଜରିଆରେ ୨୫ ନିୟୁତ ଟନ୍‌ କୋଇଲା ପରିବହନ କରାଯିବ ବୋଲି ଆଶା କରାଯାଉଛି ।

ଅନ୍ୟପକ୍ଷରେ ଏମସିଆରଏଲ ପର୍ଯ୍ୟାୟ-୨ ପ୍ରକଳ୍ପ ଅଧୀନରେ ୫୪ କିଲୋମିଟର ଲମ୍ବର ବଳରାମ-ଜରପଡ଼ା-ତେନ୍ତୁଲୋଇ ରେଳ ଲାଇନ ଡିସେମ୍ବର ୨୦୨୫ ସୁଦ୍ଧା କାର୍ଯ୍ୟକ୍ଷମ ହେବର ସମ୍ଭାବନା ରହିଛି । ଏହି ପ୍ରକଳ୍ପ ତାଳଚେର କୋଇଲା କ୍ଷେତ୍ରର ଦକ୍ଷିଣ ପାର୍ଶ୍ବ ଏବଂ କେନ୍ଦ୍ରୀୟ ଭାଗରେ ଥିବା ଆବଣ୍ଟିତ କୋଇଲା ଖଣିକୁ ରେଳ ସଂଯୋଗ କରିବ ।

ଦ୍ବିତୀୟ ପର୍ଯ୍ୟାୟ ପ୍ରକଳ୍ପ କାମ ଦ୍ରୁତଗତିରେ ଜାରି ରହିଛି । ଜମି ଅଧିଗ୍ରହଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜଙ୍ଗଲ ବିଭାଗ ପକ୍ଷରୁ ମଞ୍ଜୁରୀ ମିଳିସାରିଛି । ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାପରେ ତାଳଚେର କୋଇଲା କ୍ଷେତ୍ରରେ ଥିବା CIL ଏବଂ ଅଣ-ସିଆଇଏଲ କୋଇଲା ଖଣିରୁ ୫୮ ନିୟୁତ ଟନ କୋଇଲା ପରିବହନ ପାଇଁ ସୁବିଧା ମିଳିପାରିବ ।

ମହାନଦୀ କୋଲ୍‌ ଫିଲ୍ଡସ୍‌ର ତାଳଚେର କୋଇଲା କ୍ଷେତ୍ର ଦେଶର ଅନ୍ୟତମ ବୃହତ କୋଇଲା କ୍ଷେତ୍ର ଭାବେ ପରିଗଣିତ । ଏଠାରେ ଦେଶର ମୋଟ୍‌ ଆନୁମାନିକ କୋଇଲା ସମ୍ପଦର ୧୫ ପ୍ରତିଶତ ଅର୍ଥାତ୍‌ ୫୨ ବିଲିୟନ ଟନ୍‌ କୋଇଲା ଗଚ୍ଛିତ ହୋଇ ରହିଛି । ତାଳଚେର କୋଇଲା କ୍ଷେତ୍ରରେ ଥିବା ଖଣିଜ ସମ୍ପଦ ମଧ୍ୟରୁ ୬୩ ପ୍ରତିଶତରୁ ଅଧିକ (୩୩ ବିଲିୟନ ଟନ) ୩୦୦ ମିଟର ଗଭୀରତା ମଧ୍ୟରେ ରହିଛି । ଫଳରେ ଏଠାରେ ଓପନକାଷ୍ଟ ମାଇନିଂ ଜରିଆରେ କୋଇଲା ଉତ୍ତୋଳନ କରାଯାଇପାରିବ ।

ତାଳଚେର କୋଇଲା କ୍ଷେତ୍ରରେ ଥିବା ମହାନଦୀ କୋଲ ଫିଲ୍ଡସ ଲିମିଟେଡ୍‌ ଏବଂ ଆବଣ୍ଟିତ କୋଇଲା ଖଣିରୁ ୨୦୨୨ ଆର୍ଥିକ ବର୍ଷରେ ୯୫ ନିୟୁତ ଟନରୁ ଅଧିକ କୋଇଲା ଉତ୍ପାଦନ ହୋଇଥିଲା । ୨୦୨୪-୨୫ ଆର୍ଥିକ ବର୍ଷରେ ୨୦୦ ନିୟୁତ ଟନ୍‌ ଏବଂ ୨୦୩୦ ଆର୍ଥିକ ବର୍ଷରେ ୩୦୦ ନିୟୁତ ଟନ୍‌ କୋଇଲା ଉତ୍ପାଦନ ହେବ ବୋଲି ଆଶା କରାଯାଉଛି । ୨୦୧୫ରେ MCRL ଗଠନ କରାଯାଇଥିଲା । ଏଥିରେ ମହାନଦୀ କୋଇଲାଫିଲ୍ଡସ୍‌ ଲିମିଟେଡ (ଏମସିଏଲ)ର ୬୪ପ୍ରତିଶତ, ଆଇଆରସିଓଏନର ୨୬ପ୍ରତିଶତ ଏବଂ ଓଡ଼ିଶା ଶିଳ୍ପ ଉନ୍ନୟନ ନିଗମ(ଇଡକୋ)ର ୧୦ ପ୍ରତିଶତ ଅଂଶଧନ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.