ETV Bharat / city

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

author img

By

Published : Sep 24, 2021, 12:09 PM IST

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା । ଅଧିକ ପଢନ୍ତୁ...

ଆସନ୍ତା ୧୨ ଘଣ୍ଟା ମଧ୍ୟରେ  ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗ ମୁହାଁ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଏହା ପୂର୍ବରୁ ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା । ଫଳରେ ରାଜ୍ୟର ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଫଳରେ ଅନେକ ଲୋକ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ବର୍ଷା ଯୋଗୁଁ ଚାଷ ଜମି ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.