ଭୁବନେଶ୍ବର: ବରିଷ୍ଠ OAS ସ୍ତରରେ ଅଦଳବଦଳ । ମୋଟ୍ ୧୧ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଓଏସଡି ଥିବା ବରିଷ୍ଠ ଓଏଏସ୍ ଦେବାଶୀଷ ପଟ୍ଟନାୟକଙ୍କୁ କ୍ଷୁଦ୍ର ଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ପ୍ରଶାସନିକ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।
ସେହିପରି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ପଣ୍ୟାଗାର ନିଗମ ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ଗରଦିଆଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛନ୍ତି । ସେହିପରି ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର ଗଣେଶ୍ୱର ଜେନାଙ୍କୁ ଓଡ଼ିଶା ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍ ସରୋଜକାନ୍ତ ମହାନ୍ତିଙ୍କୁ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର(P & A), ସୁବାସ ଚନ୍ଦ୍ର ନାଥଶର୍ମାଙ୍କୁ ଇଡକୋ ଚିଫ ଜେନେରାଲ ମ୍ୟାନେଜର(MSME), ସୁଚାରୂ କୁମାର ବଳଙ୍କୁ ମୟୂରଭଞ୍ଜ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ, ଶିବୋ ଟୋପୋଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।
ସେହିପରି କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର କେନ୍ଦ୍ରର ପ୍ରଶାସନିକ ଅଧିକାରୀ ରୁଦ୍ର ନାରାୟଣ ଦାଶଙ୍କୁ ଜଗତସିଂହପୁର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଅଶୋକ କୁମାର ପ୍ରଧାନଙ୍କୁ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଓ ପ୍ରେମାଂଶୁ ଚାନ୍ଦଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ