ETV Bharat / city

ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨୫ କୋଟି - ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ

ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଶିକ୍ଷଣ କେନ୍ଦ୍ର ପାଇଁ ଖର୍ଚ୍ଚ ହେବ ୨୫ କୋଟି । ଅଧିକ ପଢନ୍ତୁ

ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨୫ କୋଟି

author img

By

Published : Sep 20, 2022, 1:49 PM IST

ଭୁବନେଶ୍ବର: ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବିନିଯୋଗ ହେବ 25କୋଟି । ସୂଚନା ଅନୁଯାୟୀ, ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ବିନିଯୋଗ ହେବ । ତେବେ ଏଥିରେ ୩୦୦ ଶିକ୍ଷକଙ୍କ ଅଡିଟୋରିୟମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ ।

ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨୫ କୋଟି

ଏଥିସହିତ ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଯୋଜନାରେ ଶିକ୍ଷକମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ । ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ । ତେବେ ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭିକେ ପାଣ୍ଡିଆନ, ବିଭାଗୀୟ ସଚିବ ଅଶ୍ଵଥୀ ଏସ., OAV ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ତେବେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି, "2015 ସେପ୍ଟେମ୍ବର 18ରେ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ହୋଇଥିଲା ।

ଏନେଇ ଆମେ ତା'ର ପ୍ରତିଷ୍ଠା ଦିବସ ଆଜି ପାଳନ କରିଛୁ । ରାଜ୍ୟରେ ମୋଟ 315ଟି ଆଦର୍ଶ ବିଦ୍ୟାଳୟ ରହିଛି । ଏଥିସହ କୋଟିଆରେ ମଧ୍ୟ ଏକ ଆଦର୍ଶ ବିଦ୍ୟାଳୟ ହୋଇଛି । ତେବେ ଜିଲ୍ଲା ସ୍ତରୀୟ, ରାଜ୍ୟସ୍ତରୀୟ ଆଦି କ୍ଷେତ୍ରରେ ଯେଉଁମାନେ ପାରିଦର୍ଶିତା ହାସଲ କରିଛନ୍ତି ସେମାନଙ୍କୁ ପୁରସ୍କୃତ କରିଛୁ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.