ETV Bharat / city

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ - ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ(New Courts) । ବିଭିନ୍ନ ଜିଲ୍ଲାରେ ଏହି କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ସ୍ଥିର କରିିଥିବା ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ
ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ
author img

By

Published : May 2, 2022, 2:05 PM IST

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ କୋର୍ଟ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି । ବିଭିନ୍ନ ଜିଲ୍ଲାରେ ଏହି କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ସ୍ଥିର କରିଥିବା ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ।

ହାଇକୋର୍ଟଙ୍କ ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ । କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି । କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ହୋଇଛି ।

ଏଥି ମଧ୍ୟରେ ଭୁବନେଶ୍ବରରେ ଦୁଇଟି, ବାଲେଶ୍ବର ଜିଲ୍ଲାର ସୋର ଓ ଜଳେଶ୍ବରରେ 2ଟି, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ରହିଛି । ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟକୁ(ସିନିଅର ଡିଭିଜନ) ଅନୁମୋଦନ କରାଯାଇଛି । ଏଗୁଡିକ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁରରେ ପ୍ରତିଷ୍ଠା ହେବ ।

ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିୟର ଡିଭିଜନ) ସ୍ଥାପନ ହେବ । ଏଗୁଡିକ ବଲାଙ୍ଗିର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ବର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ ଜିଲ୍ଲାର ବାରକୋଟ, ଜଗତସିଂହପୁର ଜିଲ୍ଲାର ନାଉଗାଁ ଏବଂ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଏବଂ ଖଜୁରୀପଡାରେ ପ୍ରତିଷ୍ଠା ହେବ । ଏଥିସହିତ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ବର, ପୁରୀରେ ଦୁଇଟି, ବାଲେଶ୍ବର ସଦର, ବଲାଙ୍ଗୀର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲା ଏବଂ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ ।

ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟକୁ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦କୋଟି, ସିଭିଲ ଜଜ୍ (ଜୁନିଅର ଡିଭିଜନ) ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ବର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁରରେ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟକୁ (ସିନିଅର ଡିଭିଜନ)ଅନୁମୋଦନ ମିଳିବ । ଓଡିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରୀ ପାଇଥିବା ଏହି ଅଦାଲତ ପର୍ଯ୍ୟାୟ କ୍ରମେ ପ୍ରତିଷ୍ଠା ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.