ETV Bharat / city

Town Planning Schemeର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

author img

By

Published : Jan 4, 2022, 10:34 PM IST

ଭୁବନେଶ୍ୱରରେ ଟାଉନ୍ ପ୍ଲାନିଂ ସ୍କିମ୍(Town Planning Scheme) ଲୋକପ୍ରିୟତା ଓ ଅଗ୍ରଗତି । ସ୍କିମ୍ ଅଞ୍ଚଳରେ ଉତ୍ତମ ଭିତ୍ତିଭୂମି ବିକାଶ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ଅଧିକ ପଢନ୍ତୁ

Town Planning Scheme ର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉନ୍ନୟନ କର୍ତ୍ତୃପକ୍ଷ (BDA)ର ବିଭିନ୍ନ ଅଞ୍ଚଳରେ ଟାଉନ୍ ପ୍ଲାନିଂ ସ୍କିମର ଲୋକପ୍ରିୟତା ହାସଲ କରିଛି । ତେଣୁ ଏଥିରେ ବିଶେଷ ଅଗ୍ରଗତି ପରିଲକ୍ଷିତ ହୋଇଛି । ଆଜି(ମଙ୍ଗଳବାର) ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ଲୋକସେବା ଭବନରୁ ଭିଡିଓ କନଫେରନ୍ସିଂରେ ଅନୁଷ୍ଠିତ ଏହି ବୈଠକରେ BDAର ଉପାଧ୍ୟକ୍ଷ ସଞ୍ଜୟ କୁମାର ସିଂ ଟାଉନ୍ ପ୍ଲାନିଂ ସ୍କିମ୍ କାର୍ଯ୍ୟାନ୍ୱୟନ ସମ୍ବନ୍ଧିତ ପ୍ରଶାସନିକ ଏବଂ ଆର୍ଥିକ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ସ୍କିମର ଅଗ୍ରଗତି ସମୀକ୍ଷା କରି ପ୍ରତି ଟାଉନ୍ ପ୍ଲାନିଂ ଅଞ୍ଚଳରେ ଗମନାଗମନ, ପାନୀୟଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ ଆଦି ଉତ୍ତମ ଭିତ୍ତିଭୂମି ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗ ଓ ସଂସ୍ଥାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ସ୍କିମ୍ ଅଞ୍ଚଳରେ ମୁଖ୍ୟ ରାସ୍ତାଗୁଡ଼ିକୁ ପୂର୍ତ୍ତ ବିଭାଗ ଏବଂ ଭିତର ରାସ୍ତାଗୁଡ଼ିକୁ BDA ନିର୍ମାଣ କରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଜଳ ଯୋଗାଣ ଏବଂ ନର୍ଦ୍ଦମା ପରିଚାଳନା ପାଇଁ ଦୂରଦର୍ଶୀ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଓ୍ୱାଟକୋ(Wat-co)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସ୍କିମ୍ ଅଞ୍ଚଳମାନଙ୍କରେ ଗୁଣାତ୍ମକ ବିଦ୍ୟୁତ ଯୋଗାଣ ନିମନ୍ତେ ସବିଶେଷ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଟାଟା ପାଓ୍ୱାର କେନ୍ଦ୍ରୀୟ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମସ୍ତ କାର୍ଯ୍ୟ ସମୟାନୁବନ୍ଧିତ ଭାବେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

BDA ଉପାଧ୍ୟକ୍ଷ ସଞ୍ଜୟ ସିଂ କହିଛନ୍ତି ଯେ, ଭୁବନେଶ୍ୱର ଦୃତବର୍ଦ୍ଧିଷ୍ଣୁ ସ୍ଥିତି ଦୃଷ୍ଟିରୁ BDA ଦ୍ୱାରା ୪୫ ଟି ଟାଉନ୍ ପ୍ଲାନିଂ ସ୍କିମ୍ କରିବା ପାଇଁ ପ୍ରସ୍ତାବ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ ଟି ସ୍କିମ୍ ଆରମ୍ଭ କରାଯାଇଛି । କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ତ୍ୱରାନ୍ୱିତ ହୋଇଛି । ତା ଛଡ଼ା ଅନ୍ୟ ୯ ଟି ସ୍କିମ୍ ପ୍ରାରମ୍ଭିକ ପ୍ରସ୍ତୁତି କାମ ମଧ୍ୟ ତ୍ୱରାନ୍ୱିତ ହୋଇଛି । ସ୍କିମ୍ ନମ୍ବର ୧, ୨, ୩ ଏବଂ ୪ ରେ କ୍ଷେତ୍ରସ୍ତରୀୟ ସର୍ଭେ, ଜମି ଏକତ୍ରୀକରଣ, ସଂଶୋଧିତ ଜମି ପଟ୍ଟା ପ୍ରସ୍ତୁତି ଏବଂ ବଣ୍ଟନ କାର୍ଯ୍ୟ ଚାଲିଛି । ଆସନ୍ତା ୧ ରୁ ୨ ମାସ ମଧ୍ୟରେ ସମସ୍ତ ସଂଶୋଧିତ ପଟ୍ଟା ଯୋଗାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ଟଉନ୍ ପ୍ଲାନିଂ ସ୍କିମ୍-୧ ସହଜପୁର, ନାରୋଗଦା, ସିଜୁପୁଟ ଏବଂ ପାଇକରାପୁର ମୌଜାରେ କରାଯାଉଛି । ସେହିପରି ସ୍କିମ୍-୨ ତମାଣ୍ଡୋ ଏବଂ ବିଜିପୁର ମୌଜା, ସ୍କିମ୍-୩ ନୂଆାଗାଁ ଓ ପାଇକରାପୁର ଏବଂ ସ୍କିମ୍-୪ ଶ୍ୟାମସୁନ୍ଦରପୁର ମୌଜାରେ କରାଯାଉଛି । ଏହି ୪ଟି ସ୍କିମ୍ ସମୁଦାୟ ୧୬୦୦ ଏକର ଜମି ଉପରେ କରାଯାଉଛି । ଏସବୁରେ ପ୍ରାୟ ୧.୫୦ ଲକ୍ଷରୁ ଅଧିକ ଲୋକେ ବସବାସ କରିପାରିବେ । ପ୍ରାରମ୍ଭିକ ଆକଳନ ଅନୁସାରେ ଏହି ୪ଟି ସ୍କିମ୍ ବିକାଶ ପାଇଁ ପ୍ରାୟ ୭୪୯ କୋଟି ଟଙ୍କାର ବିନିଯୋଗ କରାଯିବ । ମୌଳିକ ଭିତ୍ତିଭୂମି ସୃଷ୍ଟି କରାଯିବା ପରେ ଏହି ସ୍କିମଗୁଡ଼ିକ ନିଜେ ନିଜ ପାଇଁ ରାଜସ୍ୱ ସୃଷ୍ଟି କରିବା ନିମନ୍ତେ ସମର୍ଥ ହେବେ ବୋଲି BDA ଉପାଧ୍ୟକ୍ଷ ଜଣାଇଛନ୍ତି ।

ନଗର ଏବଂ ଗୃହ ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥାନନ୍, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ପଞ୍ଚାୟତିରାଜ ଏବଂ ପାନୀୟ ଜଳଯୋଗାଣ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, BDA ର ଯୋଜନା ସଦସ୍ୟ ଗୌରୀଶଙ୍କର ଭୂୟାଁଙ୍କ ସମେତ ସମ୍ପୃକ୍ତ ବିଭାଗ ଓ ସଂସ୍ଥାର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତି ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.